ଘର ଉଚ୍ଛେଦ ବେଳେ ବିଷ ପିଇଦେଲେ ମହିଳା

ହାଟଡିହୀ,୧୧l୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ତହସିଲ ଅଧୀନ ଗେଡ଼ମା ପଞ୍ଚାୟତ ଜଳସରପୁର ଗ୍ରାମରେ ଏକ ସରକାରୀ ଜମିରେ ହୋଇଥିବା ଆବାସ ଘର ଉଚ୍ଛେଦ ବେଳେ ଅଭାବନୀୟ ଘଟଣା ଘଟିଛି। ଉଚ୍ଛେଦକୁ ବିରୋଧ କରି ଜଣେ ମହିଳା(ଘର ମାଲିକ) ବିଷ ପିଇ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଗ୍ରାମର ପ୍ରେମଲତା ନାୟକଙ୍କ ଜମି ସମ୍ମୁଖରେ ଥିବା ସରକାରୀ ଜାଗା (ଖାତା ନଂ. ୪୧୫ ଏବଂ ପ୍ଲଟ ନଂ. ୧୧୭୧)କୁ ଗ୍ରାମର ରଞ୍ଜନ ଧଳ ଜବରଦଖଲ କରିଥିଲେ। ଫଳରେ ପ୍ରେମଲତା ନିଜ ଜମିକୁ ଯିବା ଆସିବା କରିବାରେ ବ୍ୟାଘାତ ସୃଷ୍ଟି ହେଉଥିଲା। ଏ ବାବଦରେ ପ୍ରେମଲତା ୨୦୨୩ରେ ଥାନା ଓ ବ୍ଲକ୍‌ ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ। କୌଣସି ପଦକ୍ଷେପ ନିଆ ନ ଯିବାରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କେସ ନଂ. ଡବ୍ଲ୍ୟୁ.ପି.(ସି)୧୯୬୬୯/୨୦୨୩ର ଶୁଣାଣି କରି ଏକ ଫାଇନାଲ ଅର୍ଡର ପାସ କରିବା ପାଇଁ ହାଇକୋର୍ଟ ହାଟଡ଼ିହୀ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏନେଇ ଗୁରୁବାର ତହସିଲ କର୍ମଚାରୀ ଏବଂ ନନ୍ଦିପଦା ପୋଲିସ ଉପସ୍ଥିତିରେ ରଞ୍ଜନଙ୍କ ଗୃହ ଉଚ୍ଛେଦ କରାଯାଇଥିଲା। ଏହି ସମୟରେ ରଞ୍ଜନଙ୍କ ସ୍ତ୍ରୀ କନକଲତା ବିଷ ପିଇ ଦେଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଶାଳନିଆ ସିଏଚ୍‌ସି ଏବଂ ପରେ ଭଦ୍ରକ ମେଡିକାଲ ନିଆଯାଇଛି।

ସୂଚନା ଯୋଗ୍ୟ, କନକଲତା ସରକାରୀ ଜମିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏକ ଗୃହ ନିର୍ମାଣ କରି ଦୀର୍ଘ ବର୍ଷ ହେବ ପରିବାର ସହ ବସବାସ କରୁଥିଲେ। ଏନେଇ ନନ୍ଦିପଦା ଥାନା ଅଧିକାରୀ ରବିନ୍ଦ୍ର କୁମାର ପାତ୍ର କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୃହ ଉଚ୍ଛେଦ କରାଯାଇଥିଲା। ସେହି ସମୟରେ ମହିଳା ଜଣଙ୍କ ବିଷ ପିଇଦେଇଥିଲେ। ତାଙ୍କୁ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri