ବ୍ରାଉନସୁଗାର ଜବତ, ୨ ଗିରଫ

ଭଦ୍ରକ,୧୨ା୧(ସନାତନ ରାଉତ): ପାଟ୍ରୋଲିଂ ସମୟରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ୧୫.୬ ଗ୍ରାମର ବ୍ରାଉନସୁଗାର ଜବତ ହେବା ସହ ୨ ଜଣଙ୍କୁ ଗିରଫ କରାଯାଇଛି।

ସୂଚନାନୁଯାୟୀ, ଗୁରୁବାର ରାତିରେ ପାଟ୍ରୋଲିଂ ସମୟରେ ଚରମ୍ପା ମାଷ୍ଟର କଲୋନୀ ବଉଳପୋଖରୀଠାରେ ୨ ଯୁବକ ବୁଲୁଥିବାର ଦେଖି ପୋଲିସର ସନ୍ଦେହ ସୃଷ୍ଟି ହୋଇଥିଲା। ପୋଲିସ ସେମାନଙ୍କୁ ତଲାସୀ ନେବା ପରେ ବ୍ରାଉନସୁଗାର ବାହାରିବାରୁ ଗିରଫ କରି ଥାନାକୁ ଆଣିଥିଲା। ୨ ଗିରଫ ଅଭିଯୁକ୍ତ ହେଉଛନ୍ତି ପୁରୁଣାବଜାର ଥାନା ଛକର ସେକ୍‌ ଇଫତେଖାର ଓ ସମ୍ବଲପୁର ଜିଲା ଧନୁପାଲି ଥାନା ସୁନାପାଲିର ମହମ୍ମଦ ଇମ୍ରାନ ବୋଲି ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସ୍‌ଡିପିଓ ସୌରଭ ଓତା। ଇଫତେଖାରଙ୍କଠାରୁ ୬.୩ ଗ୍ରାମର ବ୍ରାଉନ ସୁଗାର ଓ ଇମ୍ରାନଙ୍କଠାରୁ ୯.୩ ଗ୍ରାମର ବ୍ରାଉନସୁଗାର ଓ ଗୋଟିଏ ମୋବାଇଲ ଜବତ କରାଯାଇଛି। ଉଭୟଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯିବ। ସମ୍ମିଳନୀରେ ଥାନାଧିକାରୀ ଅମିତାଭ ଦାଶ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri