Posted inଖେଳ

‘ଯୁବ ଖେଳାଳିଙ୍କ ଠାରୁ ସୁଯୋଗ ଛଡାଇ ନିଆଯାଉଛି’, ରୋହିତ-ବିରାଟଙ୍କ ଟି-୨୦ରେ ପ୍ରତ୍ୟାବର୍ତ୍ତନକୁ ନେଇ ଏମିତି କାହିଁକି କହିଲେ ଏହି ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୨।୧: ଟିମ ଇଣ୍ଡିଆର ଟି -୨୦ ଦଳରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ଆଲୋଚନା ବନ୍ଦ ହେଉନାହିଁ। କ୍ରିକେଟ ବିଶେଷଜ୍ଞ ତଥା ପୂର୍ବତନ କ୍ରିକେଟ ଖେଳାଳିମାନେ ଏହି ଦୁଇ କ୍ରିକେଟରଙ୍କ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ କ୍ରମାଗତ ଭାବରେ ନିଜର ମତ ପ୍ରକାଶ କରୁଛନ୍ତି। ଏହି କ୍ରମରେ ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର ଏବି ଡିଭିଲିୟର୍ସଙ୍କ ବିବୃତ୍ତି ମଧ୍ୟ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ଏହି ଚୟନ ଦ୍ୱାରା ସେ ଆଶ୍ଚର୍ଯ୍ୟ ନୁହନ୍ତି।

ପିଟିଆଇ ସହ କଥାବାର୍ତ୍ତା କରି ଡିଭିଲିୟର୍ସ କହିଛନ୍ତି, ମୁଁ ଆଦୌ ଆଶ୍ଚର୍ଯ୍ୟ ନୁହେଁ। ବିରାଟ ଏବଂ ରୋହିତଙ୍କ ପାଇଁ ବହୁତ ଖୁସି। ତୁମର ଶ୍ରେଷ୍ଠ ଦଳ ପଠାଇ ତୁମେ ଟି -୨୦ ବିଶ୍ୱକପ୍‌ ଜିତିବାକୁ ଚାହୁଁଛ ଏବଂ ଏହା ହେବା ଉଚିତ୍‌ । ତଥାପି, ମୁଁ ଏହା ମଧ୍ୟ ବୁଝିପାରୁଛି ଯେ ଯୁବ ଖେଳାଳି ଼ଏବଂ କ୍ରମାଗତ ଭାବରେ ଟି -୨୦ ଖେଳୁଥିବା ଖେଳାଳିଙ୍କଠାରୁ ଏହି ସୁଯୋଗ ଛଡାଇ ନିଆଯାଇଛି।

ଡିଭିଲିୟର୍ସ କହିଛନ୍ତି, ମୋ କ୍ୟାରିୟର ଶେଷରେ ମୋର ଅବସ୍ଥା ସମାନ ଥିଲା। ଏହା ମୋ ସହିତ ହୋଇ ନ ଥିଲା କିନ୍ତୁ ବିରାଟ ଏବଂ ରୋହିତଙ୍କୁ ଏକ ସୁଯୋଗ ମିଳିଛି ଏବଂ ଏହା ଏକ ସଠିକ୍‌ ନିଷ୍ପତ୍ତି । ଆପଣ ଆପଣଙ୍କର ଅଭିଜ୍ଞ ଖେଳାଳିଙ୍କ ଉପରେ ବିଶ୍ୱାସ କରିପାରିବେ ଯେ ସେମାନେ ବିଶ୍ୱକପ ଜିତାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri