ନିଶା ଇଞ୍ଜେକଶନ୍‌ ଦେଇ ମାରି ଖଣ୍ଡ ଖଣ୍ଡ କରି କାଟିଥିବା  ଡାକ୍ତରଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୧୨।୧(ସୁବାସ ଚନ୍ଦ୍ର ପାଢ଼ୀ) : ବହୁ ଚର୍ଚ୍ଚିତ ବିଷ୍ଣୁ ଗୌଡ଼ ହତ୍ୟା ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁକ୍ରବାର ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ (ଏଡିଜେ)୩ ରାଜ କୁମାର ଦାଶ ପ୍ରକାଶ କରିଛନ୍ତି। ମୁଖ୍ୟ ଅଭିଯୁକ୍ତ ଡାକ୍ତର ହୃଷିକେଶ ତ୍ରିପାଠୀଙ୍କୁ ସେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ଲକ୍ଷ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ତାଙ୍କର ଦୁଇ ସହଯୋଗୀ  ଗଙ୍ଗା ବେହେରା ଓ ବିଧାନ ସେଠୀଙ୍କୁ ମଧ୍ୟ ସେ ଦୋଷୀ ସାବ୍ୟସ୍ତ କରାଯାଇଛି। ଉଭୟ ଅଭିଯୁକ୍ତଙ୍କୁ ଦୁଇବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ  ଦିଆଯାଇଛି। ଏଥିସହ ପ୍ରତ୍ୟେକ ୫ହଜାର ଟଙ୍କା ଲେଖାଏଁ ଜରିମାନା ଦେବେ। ଏ ନେଇ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଅତିରିକ୍ତ ପିପି ବିକ୍ରମ କୁଣ୍ଡୁ ସୂଚନା ଦେଇଛନ୍ତି।
ରାୟ ପ୍ରକାଶ ବେଳେ ମୁଖ୍ୟ ଅଭିଯୁକ୍ତ ଡାକ୍ତର ହୃଷୀକେଶ ତ୍ରିପାଠୀ, ସହଯୋଗୀ ବିଧାନ ସେଠୀ  ଓ ଗଙ୍ଗା ବେହେରା କୋର୍ଟରେ ହାଜର ହୋଇଥିଲେ।  ହୃଷୀକେଶ ତ୍ରିପାଠୀଙ୍କୁ ବ୍ରହ୍ମପୁର ମଣ୍ଡଳକାରାଗାରରୁ କଡ଼ା ସୁରକ୍ଷାରେ ଅଣାଯାଇଥିଲା।
ଜାମିନ୍‌ରେ  ଥିବା ଅନ୍ୟ ଦୁଇ ସହଯୋଗୀ ମଧ୍ୟ  କୋର୍ଟରେ ଉପସ୍ଥିତ ହୋଇଥିଲେ।
ସୂଚନାଯୋଗ୍ୟ, ୨୦୧୮ ସେପ୍ଟେମ୍ବର ୪ ତାରିଖରେ ଖଲ୍ଲିକୋଟ ଅଞ୍ଚଳର ବିଷ୍ଣୁ ଗୌଡ଼ଙ୍କୁ   ତ୍ରିକୋଣୀୟ ପ୍ରେମକୁ  ନେଇ ହତ୍ୟା କରାଯାଇଥିବା ଜଣାପଡିଥିଲା।
ଅଭିଯୁକ୍ତ ଡାକ୍ତର, ବିଷ୍ଣୁଙ୍କୁ ନିଜ କ୍ଲିନିକରେ  ନିଶା ଇଞ୍ଜେକଶନ ଦେଇ ହତ୍ୟା କରିବା ପରେ ତାଙ୍କ ଶରୀରକୁ କ୍ଳିନିକାଲ ବ୍ଲେଡ଼ରେ ଖଣ୍ଡ ଖଣ୍ଡ କରି କାଟି ଦେଇଥିଲେ । ପରେ ଡାକ୍ତର ତ୍ରିପାଠୀଙ୍କ ଘରକୁ କାମ କରିବାକୁ ଆସୁଥିବା ଗଙ୍ଗା ବେହେରା ଓ ବିଧାନ ସେଠୀଙ୍କ ସହାୟତାରେ ଏକ ବସ୍ତା ଭିତରେ ଖଣ୍ଡ ବିଖଣ୍ଡ ଶରୀରକୁ ଭର୍ତ୍ତି କରି ସହର ଉପକଣ୍ଠ ପଲିଗୁମୁଳାରେ ଏକ ଗାତ ଭିତରେ ପକାଇ ପୋତି ଦେଇଥିଲେ । ପୋଲିସ ସେଠାରୁ ମୃତଦେହ ଜବତ କରିବା ସହ ମୁଖ୍ୟ ଅଭିଯୁକ୍ତ ଡାକ୍ତର ଓ ଅନ୍ୟ ଦୁଇ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

Enter your email to get our daily news in your inbox.

All Right Reserved By Dharitri.Com

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri