Posted inଜାତୀୟ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ୮ମ ସମନ ପଠାଇଲା ଇଡ଼ି, ହାଜର ନହେଲେ ବଢ଼ିପାରେ ଅଡ଼ୁଆ

ରାଞ୍ଚି,୧୩।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପୁଣି ସମନ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପୂର୍ବରୁ ୭ଥର ସମନ କରାଯାଇଥିଲା। ଏବେ ପୁଣି ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ତାଙ୍କୁ ନୂଆ ଡେଡ୍‌ଲାଇନ ଦିଆଯାଇଛି। ଅସନ୍ତା ଜାନୁଆରୀ ୧୬ରୁ ୨୦ ଭିତରେ ହାଜର ହେବାକୁ ସୋରେନଙ୍କୁ କୁହାଯାଇଛି। ତେବେ ଯଦି ସେ ହାଜର ନ ହୁଅନ୍ତି ତେବେ ଇଡିର ଅଧିକାରୀମାନେ ତାଙ୍କ ପାଖରେ ପହଞ୍ଚିବେ ବୋଲି କୁହାଯାଇଛି।

ଜମି ଦୁର୍ନୀତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପଚରାଉଚରା କରିବା ପାଇଁ ଇଡି ୭ଥର-ଅଗଷ୍ଟ ୧୪, ଅଗଷ୍ଟ ୨୪, ସେପ୍ଟେମ୍ବର ୯, ସେପ୍ଟେମ୍ବର ୨୩, ଅକ୍ଟୋବର ୪, ଡିସେମ୍ବର ୧୨ରେ ସୋରେନଙ୍କୁ ସମନ କରିଥିଲା। କିନ୍ତୁ ସେ ହାଜର ହୋଇ ନ ଥିଲେ। ଏବେ ପୁଣିଥରେ ଇଡି ୮ମ ଥର ପାଇଁ ତାଙ୍କୁ ସମନ ପଠାଇଛି। ଏହାପୂର୍ବରୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଇଡି ଏକ ଚିଠି ପଠାଇଥିଲା। ମନି ଲଣ୍ଡରିଂ ମାମଲାରେ ଆପଣଙ୍କ କେବେ ଓ କେଉଁଠି ବୟାନ ରେକର୍ଡ କରିବା ପାଇଁ ସୁବିଧା ହେବ ସେ ନେଇ ଜଣାନ୍ତୁ ବୋଲି ଇଡି ଚିଠି ମାଧ୍ୟମରେ କହିଥିଲା।

ଅପରପକ୍ଷେ ସୋରେନ୍‌ ଜାନୁଆରୀ ୨ରେ ତାଙ୍କୁ ସମନ ପଠାଇବାର କାରଣ ପଚାରିବା ସହ ଇଡି ଉପରେ ପ୍ରଶ୍ନ ଉଠାଇଥିଲେ। ରାଜନୈତିକ ଉଦ୍ଦେଶ୍ୟରେ ତାଙ୍କୁ ଏହି ସମନ ପଠାଯାଉଛି। ସମନ ପାଇଁ ତାଙ୍କୁ ବାରମ୍ବାର ମିଡିଆ ଟ୍ରାଏଲର ସାମ୍ନା କରିବାକୁ ପଡୁଛି। ଏଭଳି କରି ତାଙ୍କ ଭାବମୂର୍ତ୍ତି ଖରାପ କରିବାକୁ ଚେଷ୍ଟା କରାଯାଉଛି ବୋଲି ସୋରେନ ଇଡିକୁ ଚିଠି ଲେଖି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri