Odisha Elections 2024

ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ପୂର୍ବରୁ ବିଭିନ୍ନ ମନ୍ଦିରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୧: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ସ୍ୱାଗତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଆଜିଠାରୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଦେଶର ସବୁ ମନ୍ଦିର ଓ ତୀର୍ଥ କ୍ଷେତ୍ରକୁ ସ୍ୱଚ୍ଛ ରଖିବା ଅଭିଯାନ ଆରମ୍ଭ ହୋଇଛି। ଏହି କ୍ରମରେ କେନ୍ଦ୍ର ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପୀଠରେ ସଫେଇ କାର୍ଯ୍ୟରେ ଶ୍ରମ ଦାନ କରିଛନ୍ତି। ଏଥିସହିତ ପ୍ରଭୁ ଶ୍ରୀରାମଙ୍କ ପ୍ରତି ସମର୍ପିତ ହୋଇ ସେବା କାର୍ଯ୍ୟରେ ଲାଗିବା ପାଇଁ ସେ ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି।

କେନ୍ଦ୍ର ମନ୍ତ୍ରୀ ପ୍ରଧାନ କହିଛନ୍ତି ଦେଶରେ ଆଧ୍ୟାତ୍ମ ିକତାର ନୂଆ ଜାଗରଣ ପ୍ରସ୍ତୁତ ହୋଇଛି। ଏ ସମୟରେ ଆମ ନିକଟସ୍ଥ ମନ୍ଦିର ଓ ତୀର୍ଥକ୍ଷେତ୍ରଗୁଡ଼ିକୁ ସ୍ୱଚ୍ଛ ରଖିବା ଆମର ଦାୟିତ୍ୱ। ଏଥିସହିତ ଜାନୁୟାରୀ ୨୨ ତାରିଖ ଦିନ ଦୀପ ଜାଳି ଦୀପାବଳି ଉତ୍ସବ ପାଳନ କରିବା ଲାଗି ଶ୍ରୀ ପ୍ରଧାନ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ସେହିଭଳି ଧର୍ମାନୁଷ୍ଠାନ ଗୁଡିକର ପରିବେଶ ସ୍ୱଚ୍ଛ ରହିଲେ ଆଧ୍ୟାତ୍ମିକ ଭାବନା ଅଧିକ ସମୃଦ୍ଧ ଓ ସୁଦୃଢ଼ ହେବା ସହିତ ହୃଦୟରେ ଭକ୍ତିମୟ ସ୍ଥିତି ଆସିଥାଏ ବୋଲି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ବାଲେଶ୍ୱରର ପ୍ରସିଦ୍ଧ ଶୈବ ପୀଠ ଝାଡେଶ୍ୱର ମନ୍ଦିରରେ ଆଜି ପୂଜାର୍ଚ୍ଚନା କରିବା ସହିତ ମନ୍ଦିର ପରିସର ସଫେଇ କାର୍ଯ୍ୟରେ ସାମିଲ ହୋଇଥିଲେ। ସବୁ କ୍ଷେତ୍ରରେ ସ୍ୱଚ୍ଛ ରହି ପାରିଲେ ଦେଶର ସମୃଦ୍ଧି ହୋଇପାରିବ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀଙ୍କ ପାଇଁ ସେ କାର୍ଯ୍ୟ କରୁଛନ୍ତି ବୋଲି କହିଥିଲେ।

ଏଥିସହିତ କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ବାଲେଶ୍ୱର ସଦର ହସ୍ପିଟାଲ ପାଇଁ ତାଙ୍କ ସାଂସଦ ପାଣ୍ଠିରୁ ଏକ ଆମ୍ବୁଲାନ୍ସ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ବିଧାୟକ ସୁକାନ୍ତ କୁମାର ନାୟକ, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ, ବହୁ ବିଶିଷ୍ଟ ବ୍ୟକ୍ତି ଓ ସାଧାରଣ ଜନତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ଶୁର ବଳାତ୍କାର କରିବା ପରେ ଚରମ ନିଷ୍ପତ୍ତି ନେଲେ ମହିଳା

ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ବିବାହିତା ମହିଳାଙ୍କୁ ନିଜ ସମ୍ପର୍କୀୟ ଦେଢ଼ଶୁର ବଳାତ୍କାର କରିଥିବା ନେଇ ଥାନାରେ...

ଜୁନାଗଡ଼ରେ ପ୍ରାଚୀନ ନଗର ସଭ୍ୟତାର ସନ୍ଧାନ

ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ପ୍ରାଚୀନ ନଗର ସଭ୍ୟତା ଧ୍ୱଂସାବଶେଷର ସନ୍ଧାନ ମିଳିଛି। ଅନ୍ତର୍ଜାତୀୟ ପତ୍ରିକା ‘ହେରିଟେଜ୍‌’ରେ ଏ ସମ୍ପର୍କିତ ରିପୋର୍ଟ ପ୍ରକାଶ...

ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍‌ ଚେକ୍‌ କଟକର ବିକାଶ ପାଇଁ ବିନିଯୋଗ କରିବି

୨୦ ବର୍ଷରୁ ଅଧିକ ହେବ ରାଜନୀତି, କଟକର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ସହ ଜଡିତ ରହିଛନ୍ତି ପ୍ରକାଶ ବେହେରା। ପୂର୍ବରୁ ସେ ସାଲେପୁରର...

ଦୁର୍ଘଟଣାରେ ଇସ୍ରୋ ଛାତ୍ରଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ସୋର, ୨୨ା୫(ଜନ୍ମେଜୟ ମିଶ୍ର):ଇସ୍ରୋରେ ପାଠ ପଢୁଥିବା ସୋର ପୌରାଞ୍ଚଳ ୧ ନମ୍ବର ୱାର୍ଡ ବାରପଡା ଗ୍ରାମର ଶ୍ରବଣ କୁମାର ଦାସ(୨୧)ଙ୍କ ସୋମବାର କାର୍‌ ଦୁର୍ଘଟଣାରେ ମୃତ୍ୟୁ...

ବିମାନ ଧକ୍କାରେ ୪୦ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ

ମୁମ୍ବାଇ, ୨୨।୫: ଏମିରେଟ୍‌ସ ଏୟାରଲାଇନ୍ସର ଏକ ବିମାନ ସହ ଧକ୍କା ହୋଇ ୪୦ରୁ ଅଧିକ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ ହୋଇଯାଇଛି। ସୋମବାର ବିଳମ୍ବିତ ରାତିରେ ମୁମ୍ବାଇର...

ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର

ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ...

୨୪ ଘଣ୍ଟାରେ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ

ପୁରୀ,୨୨ା୫(ଅଜିତ୍‌ କୁମାର ମହାନ୍ତି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋମବାର ପୁରୀରେ ରୋଡ୍‌ ଶୋ’ ପରେ ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକ ସଭା ଆସନରେ...

 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri