Posted inଜାତୀୟ

ରାଷ୍ଟ୍ରପତି ପୁଟିନ୍‌ଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ସହ ଫୋନରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ନିଜେ ତାଙ୍କ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରପତି ପୁଟିନ୍‌ଙ୍କ ସହ ଭଲ ବାର୍ତ୍ତାଳାପ ହୋଇଛି। ଆମେ ଆମର ସ୍ବତନ୍ତ୍ର ଏବଂ ସୁବିଧାଜନକ କୌଶଳ ଭାଗିଦାରୀରେ ବିଭିନ୍ନ ସକରାତ୍ମକ ବିକାଶ ବିଷୟରେ ଆଲୋଚନା ସହ ଭବିଷ୍ୟତର ପଦକ୍ଷେପ ପାଇଁ ଏକ ରୋଡ ମ୍ୟାପ ପ୍ରସ୍ତୁତ କରିବାକୁ ସହମତ ବ୍ୟକ୍ତ କରିଛୁ। ବ୍ରିକ୍ସର ରୁଷିଆର ଅଧ୍ୟକ୍ଷତା ସମେତ ବିଭିନ୍ନ ଆଞ୍ଚଳିକ ତଥା ବିଶ୍ୱସ୍ତରୀୟ ପ୍ରସଙ୍ଗରେ ମଧ୍ୟ ଉପଯୋଗୀ ମତ ବିନିମୟ କରିଛୁ।
ସୂଚନାଯୋଗ୍ୟ, ଏଥର ବ୍ରିକ୍ସ ସମ୍ମିଳନୀ ରୁଷିଆରେ ଆୟୋଜିତ ହେବ। ବ୍ରିକ୍ସ ଗୋଷ୍ଠୀରେ ୫ଟି ଦେଶ ଯଥା ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକା ସାମିଲ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri