ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ପାଇଁ ଧୋନିଙ୍କୁ ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୧୫।୧: ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ନିମନ୍ତ୍ରଣ ମିଳିଛି। ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ସହିତ ଜଡିତ ଲୋକ ଧୋନିଙ୍କୁ ନିମନ୍ତ୍ରଣ କରିବାକୁ ତାଙ୍କ ଘରକୁ ଯାଇଥିଲେ। ଧୋନି ଏହି ସମୟରେ କହିଛନ୍ତି ଯେ, ସେ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଯିବେ। ନିମନ୍ତ୍ରଣ ପାଇ ସେ ବହୁତ ଖୁସି । ଧୋନିଙ୍କ ପୂର୍ବରୁ ସଚିନ ତେନ୍ଦୁଲକର, ବିରାଟ କୋହଲି ଏବଂ ହରଭଜନ ସିଂଙ୍କ ଭଳି କିମ୍ବଦନ୍ତୀ ଖେଳାଳିଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇସାରିଛି। ୨୨ ଜାନୁଆରୀରେ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଆୟୋଜିତ ହେବ।

ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଚଳଚ୍ଚିତ୍ର କଳାକାର, ବୈଜ୍ଞାନିକ, କ୍ରୀଡ଼ାବିତ୍‌ଙ୍କ ସମେତ ବିଭିନ୍ନ କ୍ଷେତ୍ରର ସେଲିବ୍ରିଟିମାନଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରଣ ପାଇବା ପରେ ସଚିନ ତେନ୍ଦୁଲକର ଏବଂ ଧୋନି ଜାନୁୟାରୀ ୨୨ରେ ଅଯୋଧ୍ୟାରେ ପହଞ୍ଚି ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବେ ବୋଲି ସମ୍ପୂର୍ଣ୍ଣ ଆଶା ରହିଛି। ସଚିନ-ଧୋନିଙ୍କ ବ୍ୟତୀତ ବିରାଟ କୋହଲି ଏବଂ ରୋହିତ ଶର୍ମା ମଧ୍ୟ ଏହି ଉତ୍ସବରେ ଯୋଗଦେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri