କନିଷ୍ଠ ଶିକ୍ଷକ ପରୀକ୍ଷା ଫଳକୁ ନେଇ ବଢ଼ୁଛି ଅସନ୍ତୋଷ; ସ୍ପଷ୍ଟୀକରଣ ଦେଲା OSEPA

ଭୁବନେଶ୍ୱର,୧୮।୧: କନିଷ୍ଠ ଶିକ୍ଷକ(ସ୍କିମାଟିକ) ଲିଖିତ ପରୀକ୍ଷା ଫଳ ପ୍ରକାଶ ପରେ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ପ୍ରାର୍ଥୀଙ୍କ ସମୁଦାୟ ମାର୍କ ପ୍ରକାଶ କରିବା, ନର୍ମାଲାଇଜେସନ୍‌ ପ୍ରକ୍ରିୟା ଓ ମାର୍କ ପ୍ରକାଶ କରିବା ସହ ସମସ୍ତ ପରୀକ୍ଷାର୍ଥୀଙ୍କ ମାର୍କକୁ ସାର୍ବଜନୀନ କରିବାକୁ ସେମାନେ ଦାବି କରୁଛନ୍ତି। ଏହି ସମସ୍ତ ତଥ୍ୟ ସୂଚନା ଅଧିକାର ଆଇନ(ଆର୍‌ଟିଆଇ)ରେ ପାଇବାକୁ ଗୁରୁବାର ବହୁ ସଂଖ୍ୟାରେ ଆଶାୟୀ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) କାର୍ଯ୍ୟାଳୟରେ ଆବେଦନ କରିଛନ୍ତି।

ସେପଟେ ଆଶାୟୀଙ୍କ ଅଭିଯୋଗକୁ ନେଇ ଓସେପା ପକ୍ଷରୁ ଗୁରୁବାର ସ୍ପଷ୍ଟିକରଣ ଦିଆଯାଇଛି। ବିଭିନ୍ନ ବର୍ଗରେ ୨୦ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ନିର୍ଦ୍ଦିଷ୍ଟ ବର୍ଗ ପାଇଁ ଆବେଦନକାରୀଙ୍କ ସଂଖ୍ୟାକୁ ନେଇ ମେରିଟ୍‌ ଲିଷ୍ଟ ପ୍ରସ୍ତୁତ କରାଯାଇଥିବା ଓସେପା ଦର୍ଶାଇଛି। ଅର୍ଥାତ ଯେଉଁ ବର୍ଗରେ ଆଶାୟୀଙ୍କ ସଂଖ୍ୟା କମ୍‌ ଥିଲା ସେହି ବର୍ଗର ସଂରକ୍ଷଣ ଥିବାରୁ ଅବଶିଷ୍ଟାଂଶ ପଦ ଖାଲି ରହିଛି।

ସେହିପରି ବହୁ ଆଶାୟୀଙ୍କ ଯୋଗ୍ୟତା ନ ଥାଇ ମେରିଟ୍‌ ଲିଷ୍ଟରେ ସ୍ଥାନ ପାଇଥିବା ଓସେପା ସ୍ବୀକାର କରିଛି। କିନ୍ତୁ ଏହା କେବଳ ମେରିଟ୍‌ ଲିଷ୍ଟ ହୋଇଥିବାରୁ ପ୍ରମାଣପତ୍ର ଯାଞ୍ଚ ସମୟରେ ଅଯୋଗ୍ୟଙ୍କୁ ବାଦ ଦିଆଯିବ ବୋଲି ଦର୍ଶାଇଛି। କେବଳ ମେରିଟ୍‌ ଅନୁଯାୟୀ ଚୟନ କରାଯାଇନଥିବା ମଧ୍ୟ ଦର୍ଶାଇଛି। ଆଶାୟୀମାନେ ଦେଇଥିବା ଆଗ୍ରାଧିକାର ଜିଲା ତାଲିକାକୁ ନେଇ ମେରିଟ୍‌ ଲିଷ୍ଟ ପ୍ରସ୍ତୁତ କରାଯାଇଛି। ଅନ୍ୟପଟେ ଓସେପାର ତୃଟିପୂର୍ଣ୍ଣ ପରୀକ୍ଷା ପରିଚାଳନା ଯୋଗୁ ସମସ୍ତ ପଦ ପୂରଣ ହୋଇପାରିବ ନାହିଁ ବୋଲି ଆଶାୟୀମାନେ ଅଭିଯୋଗ କରିଛନ୍ତି।

ସେପଟେ ଆଡ଼ମିଟ କାର୍ଡକୁ ନେଇ ଚର୍ଚ୍ଚା ହୋଇଛି। ପରୀକ୍ଷାର୍ଥୀଙ୍କ ନାଁ ମାହାଲ ମାଣ୍ଡା, ବାପାଙ୍କ ନାଁ ମାହାଲ ମାଣ୍ଡା ପ୍ରୋ। ଓସେପା ଇ-ଆଡମିଟ୍‌ କାର୍ଡରେ ଏଭଳି ଅଜବ ନାଁକୁ ନେଇ ଆଶାୟୀମାନେ ଖପ୍ପା ହୋଇଛନ୍ତି। କେବଳ ଏତିକି ନୁହେଁ, ଗୋଟିଏ ଆଡ଼ମିଟ କାର୍ଡରେ ପରୀକ୍ଷାର୍ଥୀଙ୍କ ଫଟୋ ବଦଳରେ ପକ୍ଷୀର ଚିତ୍ର ଲାଗିଥିବା ଦେଖିବାକୁ ମିଳିଛି।

ତେବେ ଏହାକୁ ନେଇ ଓସେପା ମଧ୍ୟ ସ୍ପଷ୍ଟୀକରଣ ଦେଇଛି। ଓସେପା କହିଛି, ଯୋଗ୍ୟ ବ୍ୟକ୍ତିଙ୍କୁ ଆଡମିଟ୍‌ କାର୍ଡ ପ୍ରଦାନ କରାଯାଇଥାଏ। ଆବେଦନକାରୀ ଦାଖଲ କରିଥିବା ସୂଚନା ଆଧାରରେ ଆପେ ଆପେ ଆଡମିଟ୍‌ କାର୍ଡ ତିଆରି ହୋଇଥାଏ। ଫଟୋ ଯାଞ୍ଚ ପରେ ଏବଂ ବାୟୋମେଟ୍ରିକ୍‌ ଉପସ୍ଥାନ ନେବା ପରେ ଜାରି ହୋଇଥିବା ଆଡମିଟ୍‌ କାର୍ଡ ଆଧାରରେ ପରୀକ୍ଷା ଅନୁଷ୍ଠିତ ହୋଇଥାଏ। ତେଣୁ ଦିଆଯାଇଥିବା ଆଡମିଟ୍‌ କାର୍ଡ କୌଣସି ପ୍ରାମାଣିକ ଦସ୍ତାବିଜ ନୁହେଁ କି ପରୀକ୍ଷା ହଲକୁ ପ୍ରବେଶ ପାଇଁ ପ୍ରତିଶ୍ରୁତି ମଧ୍ୟ ନୁହେଁ। ଓସେପା ବାସ୍ତବରେ ପରୀକ୍ଷା ଦେଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କ ବାୟୋମେଟ୍ରିକ ଉପସ୍ଥାନ ଯାଞ୍ଚ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri