ମହାନଦୀରେ ପ୍ରେମୀ ଯୁଗଳଙ୍କ ହାଇ ଡ୍ରାମା: ନଦୀଗର୍ଭରୁ ଉଦ୍ଧାର କଲା ପୋଲିସ

ସୋନପୁର,୧୮।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ମହାନଦୀ ସେତୁ ନିକଟସ୍ଥ ଟାଓ୍ବାର ଘାଟ ନିକଟରେ ଗୁରୁବାର ରାତିରେ ଏକ ହାଇ ଡ୍ରାମା ଦେଖିବାକୁ ମିଳିଛି। ମହାନଦୀ ବାଲିପଠାରେ ଦୁଇ ଦିନ ଧରି ଲୁଚି ରହିଥିବା ପ୍ରେମୀ ଯୁଗଳଙ୍କୁ ସୋନପୁର ଟାଉନ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରିବାରେ ସଫଳ ହୋଇଛନ୍ତି।

ଅଗ୍ନିଶମ ବିଭାଗ କର୍ମଚାରୀମାନେ ନାବାଳିକା ପ୍ରେମିକାଙ୍କୁ ବିଦ୍ୟୁତ୍‌ ଟାଓ୍ବାର ନିକଟସ୍ଥ ପଥରରୁ ଉଦ୍ଧାର କରି ସୋନପୁର ଟାଉନ ପୋଲିସକୁ ହସ୍ତାନ୍ତର କରିଛନ୍ତି । ଅନ୍ୟପକ୍ଷେ ପ୍ରେମିକ ତଥା ସୋନପୁର ସହର ପଟାଭାଡି ଅଞ୍ଚଳର ଶିବ ଶମ୍ଭୁ ମେହେର(୨୧)ଙ୍କୁ ପୋଲିସ ଅଟକ ରଖିଛି। ଏହି ଘଟଣା ସହରରେ ଚର୍ଚ୍ଚାର ବିଷୟ ପାଲଟିଛି।

ମିଳିଥିବା ସୂଚନା ମୁତାବକ, ନାବାଳିକାଙ୍କ ବାପା ବୁଧବାର ସକାଳେ ସୋନପୁର ଥାନାରେ ତାଙ୍କ ଝିଅ ଅପହରଣ ହୋଇଥିବା ନେଇ ଅଭିଯୋଗ କରିଥିଲେ। ଶିବ ଶମ୍ଭୁ ନାବାଳିକାଙ୍କୁ ବୁଧବାରଠାରୁ ନେଇ ମହାନଦୀ ଗର୍ଭର ବାଲି ପଟାରେ ରଖିଥିଲେ । ଗୁରୁବାର ଶିବ ଶମ୍ଭୁ ମାର୍କେଟ୍‌କୁ ଖାଇବା ଆଣିବା ପାଇଁ ଯାଇଥିଲା ବେଳେ ମୋବାଇଲ ଟ୍ରାକିଂ କରି ପୋଲିସ ତାଙ୍କୁ ଧରିଥିଲା। ପରେ ପୋଲିସ ନିକଟରୁ ସୂଚନା ପାଇଁ ଅଗ୍ନିଶମ ବିଭାଗ କର୍ମଚାରୀ ନାବାଳିକାଙ୍କୁ ନଦୀଗର୍ଭରୁ ଉଦ୍ଧାର କରିଥିଲେ। ଥାନାରେ ପ୍ରେମୀ ଯୁଗଳଙ୍କ ପରିବାର ଉପସ୍ଥିତ ରହିଛନ୍ତି। ଏସ୍‌ଆଇ ସସ୍ମିତା ଭୁତିଆ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri