Posted inଜାତୀୟ

Mahua Moitra: ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ୍‌ ମାମଲାରେ ହାଇକୋର୍ଟରୁ ନିରାଶ ହେଲେ ମହୁଆ

ନୂଆଦିଲ୍ଲୀ,୧୯।୧: ପୂର୍ବତନ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ରା ସରକାରୀ ବଙ୍ଗଳା ଖାଲି କରିବା ମାମଲାରେ ନିରାଶ ହୋଇଛନ୍ତି। ୨୦୧୪ ଜାନୁଆରୀ ୧୬ରେ ବଙ୍ଗଳା ଖାଲି କରିବାକୁ ସେ ଏକ ନୋଟିସ୍‌ ପାଇଥିଲେ। ଦିଲ୍ଲୀ ହାଇକୋର୍ଟ ଗୁରୁବାର ଉକ୍ତ ନୋଟିସ ଉପରେ ରୋକୋ ଲଗାଇବାକୁ ମନା କରିଦେଇଛନ୍ତି। ସଦସ୍ୟତା ଚାଲିଯିବା ପରେ ଏମ୍‌ପିମାନଙ୍କୁ ସରକାରୀ ବଙ୍ଗଳାରୁ ବାହାର କରିବା ନେଇ କୌଣସି ବିଶେଷ ନିୟମର ଉଲ୍ଲଂଘନ ହୋଇ ନ ଥିବା ଦର୍ଶାଇ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି।

୨୦୨୩ ଡିସେମ୍ବର ୮ରେ ଲୋକ ସଭାରୁ ବହିଷ୍କୃତ ହୋଇଥିଲେ ମହୁଆ। ଏହାପରେ ତାଙ୍କୁ ତୁରନ୍ତ ଏମ୍‌ପି ଭାବେ ମିଳିଥିବା ସରକାରୀ ବଙ୍ଗଳା ଖାଲି କରିବାକୁ କୁହାଯାଇଥିଲା। ହେଲେ ସେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଦିଲ୍ଲୀ ହାଇକୋର୍ଟରେ ବିଚାରପତି ଗିରିଶ କାଠପାଲିଆଙ୍କ ବେଞ୍ଚ ଏହି ମାମଲାର ଶୁଣାଣି କରି ସରକାରୀ ନିର୍ଦ୍ଦେଶ ଉପରେ ରୋକୋ ଲଗାଇବାକୁ ମନା କରିଛନ୍ତି।

ଏଥିକ୍ସ କମିଟିର ଯାଞ୍ଚରେ ମହୁଆ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହାପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ତେବେ ତାଙ୍କ ଉପରେ ଟଙ୍କା ନେଇ ସଂସଦରେ ପ୍ରଶ୍ନ ପଚାରୁଥିବା ଅଭିଯୋଗ ହୋଇଥିଲା। ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଏହି ଅଭିଯୋଗ କରିଥିଲେ। ଏହାପରେ ମହୁଆ ଦିଲ୍ଲୀ ହାଇକୋର୍ଟରେ ମାନହାନି ମାମଲା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri