Posted inଜାତୀୟ

ରାମଙ୍କ ଅଯୋଧ୍ୟାରେ ଲକ୍ଷ୍ମଣ ହେଲେ ବେଘର, ପ୍ରାଣ ପ୍ରତିଷ୍ଠା ପାଇଁ ସାମିଲ ହେବାକୁ ପହଞ୍ଚିଥିଲେ, ମିଳିଲାନି ଘର

ଲକ୍ଷ୍ନୌ,୧୯।୧: ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଆଉ କିଛି ଦିନ ବାକି ଅଛି। ୨୨ ଜାନୁଆରୀରେ ହେବାକୁ ଥିବା ପ୍ରଭୁ ରାମଙ୍କ ମୂର୍ତ୍ତିର ଉଦ୍‌ଘାଟନୀ ସମାରୋହକୁ ନେଇ ପ୍ରତ୍ୟେକ ଭାରତୀୟ ବହୁତ ଉତ୍ସାହିତ ଅଛନ୍ତି। ଭକ୍ତଙ୍କ ସହ ସେଲିବ୍ରିଟିମାନେ ମଧ୍ୟ ଏହି ଐତିହାସିକ ମୂହୁର୍ତ୍ତର ସାକ୍ଷୀ ହେବା ପାଇଁ ଅଯୋଧ୍ୟାରେ ପହଞ୍ଚିବା ଆରମ୍ଭ କରିଛନ୍ତି। ଏହା ସହ ରାମନଗରୀରେ ସମସ୍ତ ହୋଟେଲ ହାଉସଫୁଲ ବୁକ ହୋଇସାରିଛି। ଟିଭିର ରାମାୟଣର ରାମ, ସୀତା ଏବଂ ଲକ୍ଷ୍ମଣ ମଧ୍ୟ ୧୭ ଜାନୁଆରୀରେ ଅଯୋଧ୍ୟାରେ ପହଞ୍ଚିଥିଲେ। ବର୍ତ୍ତମାନ ରାମାନନ୍ଦ ସାଗରଙ୍କ ରାମାୟଣରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ସୁନୀଲ ଲହରୀ ପ୍ରକାଶ କରିଛନ୍ତି ଯେ, ସେ ଅଯୋଧ୍ୟାରେ ରହିବାକୁ ସ୍ଥାନ ପାଇ ନାହାଁନ୍ତି।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ ଟିଭିର ରାମାୟଣର ରାମ, ସୀତା ଏବଂ ଲକ୍ଷ୍ମଣ ଅର୍ଥାତ୍‌ ଅରୁଣ ଗୋବିଲ, ଦୀପିକା ଚିଖାଲିଆ ଏବଂ ସୁନୀଲ ଲହରୀଅଯୋଧ୍ୟା ରାସ୍ତାରେ ବୁଲୁଥିବାର ନଜର ଆସିଛନ୍ତି। ଏହି ସମୟରେ ତିନିଜଣଙ୍କୁ ପାରମ୍ପାରିକ ପୋଷାକରେ ଦେଖିବାକୁ ମିଳିଥିଲା। ଟିଭିର ରାମ, ସୀତା ଏବଂ ଲକ୍ଷ୍ମଣଙ୍କୁ ଦେଖିବା ପାଇଁ ଲୋକମାନେ ମଧ୍ୟ ବହୁତ ଉତ୍ସାହିତ ନଜର ଆସିଥିଲେ। ଏସବୁ ମଧ୍ୟରେ ସୁନୀଲ ଲହରୀ ଅଯୋଧ୍ୟାରେ ସମ୍ମୁଖୀନ ହେଉଥିବା ଅସୁବିଧା ବିଷୟରେ ଆଜତକ୍‌ରେ ସହ କଥା ହୋଇଛନ୍ତି। ଅଭିନେତା ପ୍ରକାଶ କରିଛନ୍ତି ଯେ, ସେ ଅଯୋଧ୍ୟାକୁ ଆସିବାର ଦୁଇ ଦିନ ବିତିଗଲାଣି କିନ୍ତୁ ସେ ଏପର୍ଯ୍ୟନ୍ତ ରହିବାକୁ ସ୍ଥାନ ପାଇନାହାଁନ୍ତି। ସମସ୍ତ ହୋଟେଲ ରୁମ୍‌ଗୁଡ଼ିକ ପ୍ରାୟ ଫୁଲ୍‌ ଏବଂ ଉଦ୍‌ଘାଟନ ସମୟ ପର୍ଯ୍ୟନ୍ତ ସେ କେଉଁଠାରେ ରହିବେ ସେ ବିଷୟରେ ଚିନ୍ତିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri