Posted inଖେଳ

ଜର୍ମାନୀ, ଆମେରିକା, ଜାପାନ ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ

ରାଞ୍ଚି, ୨୦।୧: ଏଫ୍‌ଆଇଏଚ୍‌ ମହିଳା ହକି ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟରେ ଜର୍ମାନୀ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଏହି ଦଳ ଆମେରିକାକୁ ୨-୦ ଗୋଲରେ ପରାସ୍ତ କରିଛି। ପୂରା ଟୁର୍ନାମେଣ୍ଟରେ ଉତ୍ସାହୀ ପ୍ରଦର୍ଶନ କରି ଆସିଥିବା ଆମେରିକା ଟାଇଟଲ ମୁକାବିଲାରେ କିନ୍ତୁ ଜର୍ମାନୀ ସମକକ୍ଷ ପ୍ରଦର୍ଶନ କରିପାରି ନ ଥିଲା।

ଆରମ୍ଭରୁ ଆକ୍ରମଣାତ୍ମକ ଖେଳି ଫାଇଦାରେ ରହିଥିଲା ଜର୍ମାନୀ। ମ୍ୟାଚର ୩ୟ ମିନିଟରେ ଜେଟେ ଫ୍ଲେସ୍କୁଜ୍‌ ଏକ ଫିଲ୍ଡ ଗୋଲ ଦେଇ ଜର୍ମାନୀକୁ ଅଗ୍ରଣୀ କରିବା ସହ ଆମେରିକା ଉପରେ ଚାପ ସୃଷ୍ଟି କରିଥିଲେ। ପ୍ରଥମ କ୍ୱାର୍ଟରରେ ଅଗ୍ରଣୀ ରହିଥିବା ଜର୍ମାନୀ ଦ୍ୱିତୀୟ କ୍ୱାର୍ଟରରେ ମଧ୍ୟ ପ୍ରାଧାନ୍ୟ ଅବ୍ୟାହତ ରଖିଥିଲା। ୨୦ତମ ମିନିଟରେ ଦଳକୁ ମିଳିଥିବା ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରି ପ୍ରଥମାର୍ଦ୍ଧ ବେଳକୁ ଜର୍ମାନୀର ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପରିଣତ କରିଥିଲେ ସୋଞ୍ଜା ଜିମେରମାନ। ତୃତୀୟ ଓ ଚତୁର୍ଥ କ୍ୱାର୍ଟରରେ ଆମେରିକା ଗୋଲ ପରିଶୋଧ ପାଇଁ ବହୁ ଉଦ୍ୟମ କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲା। ଫଳରେ ଆମେରିକାର ଟ୍ରଫି ଜିତିବା ସ୍ବପ୍ନ ଅଧୁରା ରହିଥିଲା। ତେବେ ଏହି ଟୁର୍ନାମେଣ୍ଟରେ ପ୍ରଥମ ୩ ସ୍ଥାନରେ ରହି ଜର୍ମାନୀ, ଆମେରିକା ଓ ଜାପାନ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri