ନାବାଳିକା ବଳାତ୍କାରୀଙ୍କୁ ୫ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୨୦ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଆସାମୀ ଶରତ ପାତ୍ର(୫୦)ଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ ୬ ମାସର ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ, କୁଣ୍ଢେଇହତା ଗ୍ରାମର ଜଣେ ୭ ବର୍ଷର ନାବାଳିକା ଗାଁ ଦାଣ୍ଡରେ ପିଲାମାନଙ୍କ ସହ ତା-୧ା୪ା୨୦୨୦ରେ ଖେଳି ଘରକୁ ଫେରିବା ସମୟରେ ଆସାମୀ ତାଙ୍କୁ ଚକୋଲେଟ ଏବଂ ବିସ୍କୁଟ ଦେବାକୁ କହି ତାଙ୍କ ଘରକୁ ଡାକିନେଇ ବଳାତ୍କର କରିଥିବା ଝିଅର ମାଆ ତେଲକୋଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ତେଲକୋଇ ଥାନା କେସ୍‌ ନଂ ୪୭ ତା-୨ା୪ା୨୦୨୦ରେ କେସ୍‌ ରୁଜୁ ହୋଇ ପୋଲିସ ଅନୁସନ୍ଧାନ କରି ଆସାମୀଙ୍କୁ ଜେଲ ପଠାଇଥିଲା। ଶନିବାର ପୋକ୍ସୋ କୋର୍ଟର ବିଚାରପତି ୧୫ ଜଣ ସାକ୍ଷୀଙ୍କ ବୟାନ ଏବଂ ପୋଲିସର ଅନୁସନ୍ଧାନକୁ ଭିତ୍ତି କରି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ର ଜେନା କେସ୍‌ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri