Posted inଜାତୀୟ

ଏକସଙ୍ଗେ ନିର୍ବାଚନ ସପକ୍ଷରେ ୮୧% ମତ

ନୂଆଦିଲ୍ଲୀ,୨୨।୧(ପି.ଟି.) : ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ସପକ୍ଷରେ ୮୧ ପ୍ରତିଶତ ମତ ଦେଇଛନ୍ତି। ଏକ ରାଷ୍ଟ୍ର ଏକ ନିର୍ବାଚନ ଯୋଜନାର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟି କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଉକ୍ତ କମିଟିକୁ ପାଖାପାଖି ୨୧,୦୦୦ ପ୍ରସ୍ତାବ ମିଳିଛି। ଏକସଙ୍ଗେ ନିର୍ବାଚନ ସପକ୍ଷରେ ୮୧ ପ୍ରତିଶତ ମତାମତ ଦେଇଥିବା ଏକ ସରକାରୀ ବିବୃତିରେ କୁହାଯାଇଛି। ୪୬ଟି ରାଜନୈତିକ ଦଳଠାରୁ ପ୍ରସ୍ତାବ ମଗାଯାଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୭ଟି ଦଳ ସେମାନଙ୍କର ମତାମତ ଜଣାଇଛନ୍ତି।

କଂଗ୍ରେସ ଏବଂ ଟିଏମ୍‌ସି ସମେତ କେତେକ ବିରୋଧୀ ଦଳ ‘ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନ’ ପ୍ରସ୍ତାବକୁ ବିରୋଧ କରିଛନ୍ତି। କୋବିନ୍ଦଙ୍କ ନେତୃତ୍ୱରେ ଗଠିତ କମିଟି ଗତ ୫ ତାରିଖରେ ନୋଟିସ ଜାରିକରି ଏକସଙ୍ଗେ ନିର୍ବାଚନ ପାଇଁ ବର୍ତ୍ତମାନର ଆଇନଗତ ଓ ପ୍ରଶାସନିକ ବ୍ୟବସ୍ଥାରେ ଉପଯୁକ୍ତ ପରିବର୍ତ୍ତନ ନିମନ୍ତେ ନାଗରିକଙ୍କଠାରୁ ପ୍ରସ୍ତାବ ଆହ୍ବାନ କରିଥିଲା। ପ୍ରକାଶ ଯେ, ଏକକାଳୀନ ନିର୍ବାଚନ କରାଗଲେ ଏଥିପାଇଁ ଆବଶ୍ୟକ ନୂଆ ଇଭିଏମ୍‌ କିଣିବା ସକାଶେ ପ୍ରତି ୧୫ ବର୍ଷରେ ୧୦ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଦିନକ ପୂର୍ବରୁ ନିର୍ବାଚନ କମିଶନ ସରକାରଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri