Posted inଜାତୀୟ

ଅଓ୍ବଧପୁରୀ ଅଭେଦ୍ୟ ଦୁଗ: ଏଆଇ ସିସିଟିଭି, ଡ୍ରୋନ୍‌, ୧୩ ହଜାର ସୁରକ୍ଷା କର୍ମୀ

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବାରୁ ଅଯୋଧ୍ୟା ସହର ଏକ ଦୁର୍ଗରେ ପରିଣତ ହୋଇଛି। ରାଜ୍ୟ ପୋଲିସ ସମେତ ଆର୍‌ପିଏଫ୍‌ ଯବାନ, ଅର୍ଦ୍ଧସାମରିକ ଯବାନ, ଏନ୍‌ଡିଆର୍‌ଏଫ୍‌ ଟିମ୍‌, ବମ୍‌ ସ୍କ୍ବାଡ୍‌ ଏବଂ ଡଗ୍‌ ସ୍କ୍ବାଡ୍‌ ମଧ୍ୟ ନିୟୋଜିତ ହୋଇଛନ୍ତି।

ଏହା ବ୍ୟତୀତ ନାଇଟ୍‌ ଭିଜନ ଉପକରଣଠାରୁ ଆରମ୍ଭ କରି କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପରିଚାଳିତ ସିସିଟିଭି କ୍ୟାମେରା ଲଗାଯାଇଛି। ମନ୍ଦିରକୁ ବହୁ ଟନ୍‌ ଫୁଲ ଏବଂ ରଙ୍ଗିନ ଆଲୋକମାଳାରେ ସଜାଯାଇଛି। ପ୍ରାଣପ୍ରତିଷ୍ଠା ଉତ୍ସବ ପୂର୍ବରୁ ସାଧୁସନ୍ଥ, ନିମନ୍ତ୍ରିତ ଅତିଥି ଏବଂ ସେଲିବ୍ରିଟିମାନେ ଅଯୋଧ୍ୟାରେ ପହଞ୍ଚତ୍ବାରେ ଲାଗିଛନ୍ତି। ପୂର୍ବରୁ ଶୂନ୍‌ଶାନ ଦେଖାଯାଉଥିବା ଏହି ସହରରେ ଏବେ ପ୍ରବଳ ଗହଳି ହେବା ସହ ଏକ ଆଧ୍ୟାତ୍ମିକ ଭକ୍ତି ପରିବେଶ ସୃଷ୍ଟି ହୋଇଛି। ଡାକବାଜି ଯନ୍ତ୍ରରେ ରାମଧୁନ୍‌ ବାଜିବା ସହ ବିଭିନ୍ନ ରଙ୍ଗରେ ଫୁଲରେ ସହର ସଜେଇ ହୋଇଛି। ଭକ୍ତମାନେ ରାମ, ଲକ୍ଷ୍ମଣ, ସୀତା ଓ ହନୁମାନ ବେଶରେ ଶୋଭଯାତ୍ରାରେ ଯାଉଛନ୍ତି।

ପ୍ରାଣପ୍ରତିଷ୍ଠା ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ। ରାମମନ୍ଦିର ଆନ୍ଦୋଳନରେ ସାମିଲ ଥିବା କେତେଜଣଙ୍କୁ ମଧ୍ୟ ଉତ୍ସବକୁ ନିମନ୍ତ୍ରଣ କରାଯାଇଛି। ଏହା ବ୍ୟତୀତ ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ, ବିଶିଷ୍ଟ ବ୍ୟବସାୟୀ ମୁକେଶ ଅମ୍ବାନୀ, ଗୌତମ ଆଦାନୀ, କ୍ରିକେଟର ସଚିନ ତେନ୍ଦୁଲକର ଏବଂ ଏମ୍‌.ଏସ୍‌. ଧୋନୀ ପ୍ରମୁଖଙ୍କୁ ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri