Odisha Elections 2024

‘ବିଭାଗୀୟ ପତ୍ରାଳାପରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋ ବ୍ୟବହାର କର’

ଭୁବନେଶ୍ୱର,୨୨।୧(ଅସମାପିକା ସାହୁ): ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉନ୍ମୋଚିତ ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏତଦ୍‌ବ୍ୟତୀତ ସମସ୍ତ ସରକାରୀ ଗାଡ଼ିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ ରାଜ୍ୟର ବିଭିନ୍ନ ପ୍ରମୁଖ ସ୍ଥାନ, ବିଦ୍ୟାଳୟ ଓ ମହାବିଦ୍ୟାଳୟ କାନ୍ଥରେ ମଧ୍ୟ ଏହାକୁ ଚିତ୍ରଣ କରାଯିବ। ଏପରିକି ଜିଲାସ୍ତରରେ ମଧ୍ୟ ଏହାର ବ୍ୟବହାରକୁ ପ୍ରୋତ୍ସାହିତ କରାଯିବ। ଏ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ନିକଟରେ ଏହାର ଲୋଗୋ ଉନ୍ମୋଚିତ ହୋଇଥିଲା। ଲୋଗୋର ଟ୍ୟାଗ୍‌ଲାଇନ୍‌ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏକ ସ୍ବତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଭବିଷ୍ୟତ ତଥା ଯୁବପିଢ଼ିଙ୍କ ପାଖରେ ଓଡ଼ିଆ ଭାଷା କିଭଳି ଆହୁରି ଆଦୃତି ଲାଭ କରିବ ଏବଂ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଆମ ଭାଷା କିପରି ଆଗକୁ ବଢ଼ିପାରିବ ଏହି ସମ୍ମିଳନୀ କାର୍ଯ୍ୟପନ୍ଥା ନିର୍ଣ୍ଣୟ କରିବ। ଏ ସମ୍ପର୍କରେ ଭାଷାବିତ ଓ ବୁଦ୍ଧିଜୀବୀମାନେ ସମ୍ମିଳନୀର ବିଭିନ୍ନ ସୋପାନରେ ବିଚାର ବିମର୍ଶ କରିବେ। ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ, ଛାତ୍ରୀଛାତ୍ର ଏବଂ ଭାଷାକୁ ନେଇ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ଲାଭ କରିଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରିବାରେ ଏହି ସମ୍ମିଳନୀ ଏକ ବଳିଷ୍ଠ ମାଧ୍ୟମ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri