ବରିଷ୍ଠ ସାମ୍ବାଦିକ ଅରୁଣ କୁମାର ପଣ୍ଡାଙ୍କ ପରଲୋକ

କଟକ,୨୨ା୧(କାର୍ତ୍ତିକ ସାହୁ): ବରିଷ୍ଠ ସାମ୍ବାଦିକ, ସାହିତି୍ୟକ ତଥା ସ୍ତମ୍ଭକାର ଅରୁଣ କୁମାର ପଣ୍ଡାଙ୍କର ୭୬ବର୍ଷ ବୟସରେ କଟକ ସିଡିଏ ସେକ୍ଟର-୬ସ୍ଥିତ ବାସଭବନରେ ସୋମବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ସେ କିଛିଦିନ ହେବ କର୍କଟ ରୋଗରେ ପୀଡ଼ିତ ଥାଇ ଚିକିତ୍ସାଧୀନ ଥିଲେ। ଏଥିସହ ୬ମାସ ତଳେ ତାଙ୍କର ଓପନ ହାର୍ଟ ସର୍ଜରି କରାଯାଇଥିଲା। ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ୩ ଇଞ୍ଜିନିୟର ପୁଅ, ବୋହୂ ଓ ସ୍ତ୍ରୀ ଜୟନ୍ତୀ ଦାଶ ଉପସ୍ଥିତ ଥିଲେ। ତାଙ୍କ ପରଲୋକ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚତ୍ ଶେଷଦର୍ଶନ କରିଛନ୍ତି।
ସ୍ବର୍ଗତ ପଣ୍ଡା ୧୯୪୮ ମସିହା ଅକ୍ଟୋବର ୫ରେ କେନ୍ଦୁଝରରେ ଜନ୍ମଲାଭ କରିଥିଲେ। ତାଙ୍କ ବାପା ଭିକାରି ଚରଣ ପଣ୍ଡା ଜଣେ ସ୍ବାଧୀନତା ସଂଗ୍ରାମୀ ଓ ସାମ୍ବାଦିକ ଥିଲେ। କଲେଜ ଶିକ୍ଷା ଶେଷ ପରେ ସେ ସାମାଜିକ କାର୍ଯ୍ୟରେ ମନୋନିବେଶ କରିଥିଲେ। ବିଶେଷକରି ଆଦିବାସୀଙ୍କ ସମସ୍ୟା ସମାଧାନ ଦିଗରେ ସେ ବେଶ୍‌ ଚେଷ୍ଟିତ ଥିଲେ। ଭାରତୀୟ ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ନେଇ ସେ ବହୁ କାର୍ଯ୍ୟ କରିଛନ୍ତି। ବଣ୍ଡା, ଜୁଆଙ୍ଗ, ଲୋଧା, ଭୂୟଁା, ସଉରା, ସାନ୍ତାଳ, କୋୟା ଆଦି ଜନଜାତିଙ୍କୁ ଜାତୀୟ ସ୍ତରରେ ପହଞ୍ଚାଇବାରେ ତାଙ୍କର ଅନେକ ଭୂମିକା ରହିଛି। ଦୈନିକ ଖବରକାଗଜ ‘ସମାଜ’ର ବରିଷ୍ଠ ସାମ୍ବାଦିକ ଭାବେ ସେ କାର୍ଯ୍ୟ କରିଥିଲେ। ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଲେଖନୀ ଚାଳନା କରି ସେ ବହୁ ପୁସ୍ତକ ରଚନା କରିଛନ୍ତି। ତାଙ୍କ ସୃଷ୍ଟିଗୁଡ଼ିକ ମଧ୍ୟରେ କୌଟିଲ୍ୟ ଅର୍ଥଶାସ୍ତ୍ର, ମସି ମନ୍ଥନ, ସତ୍ୟମ୍‌ ବ୍ରୁୟତ, ଚିନ୍ତା ଚିରନ୍ତନ, ଚିନ୍ତା ଅନୁଚିନ୍ତା, ସକାଳର ସୂର୍ଯ୍ୟାସ୍ତ, ଅରଣ୍ୟର ମଣିଷ ଆଦି ଉଲ୍ଲେଖନୀୟ। ସାହିତ୍ୟ, ସଂସ୍କୃତି, ସମାଜସେବା ଓ ଆଧ୍ୟାତ୍ମିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭିନ୍ନ ଅନୁଷ୍ଠାନ ସହ ସେ ସମ୍ପୃକ୍ତ ଥିଲେ। ତାଙ୍କର ସାରସ୍ବତ ସାଧନା ପାଇଁ ସେ ୨୦୧୩ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ସମେତ ଉତ୍କଳ ସାହିତ୍ୟ ସମାଜ, ଉତ୍କଳ ପାଠକ ସମାଜ ଆଦି ଅନେକ ଅନୁଷ୍ଠାନରୁ ସମ୍ମାନ ଓ ପୁରସ୍କାର ପାଇଛନ୍ତି। ଦେଶର ଜରୁରିକାଳୀନ ପରିସ୍ଥିତି ସମୟରେ ସେ କିଛିଦିନ ଜେଲରେ ବନ୍ଦୀ ଜୀବନ ବିତାଇଥିଲେ। ତାଙ୍କ ବିୟୋଗରେ ବହୁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ସତୀଚଉରା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ପୁଅ ସନ୍ତୃପ୍ତ ପଣ୍ଡା ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri