ଏଇ ଭାରତରେ

ଗୁରୁଙ୍କ ଗୌରବ କଥା ଆସିଲେ ମନେପଡ଼ନ୍ତି ବିହାରର ରଜନୀକାନ୍ତ ଶ୍ରୀବାସ୍ତବ। ୧୬ ବର୍ଷ ହେଲା ସେ ପିଲାମାନଙ୍କୁ ଏକ ଟଙ୍କା ଦକ୍ଷିଣାର ପଢ଼ାଉଛନ୍ତି। ରୋହତାସ ଜିଲା ବିକ୍ରମଗଞ୍ଜରେ ସେ ଏକ ସ୍ବତନ୍ତ୍ର କ୍ଲାସ କରୁଛନ୍ତି ଓ ତାହାକୁ ‘ଏକ ଟଙ୍କା ଦକ୍ଷିଣା କ୍ଲାସ୍‌’ ବୋଲି ସମସ୍ତେ ଜାଣନ୍ତି। ରଜ୍‌ନୀ ଜଣେ ଗଣିତ ଶିକ୍ଷକ। ସେ ପିଲାମାନଙ୍କୁ ଦେଶର ପ୍ରତିଷ୍ଠିତ ଇଞ୍ଜିନିୟରିଂ ଏବଂ ମେଡିକାଲ କଲେଜରେ ନାମ ଲେଖାଇବାରେ ସାହାଯ୍ୟ କରୁଛନ୍ତି। ପ୍ରତ୍ୟେକ ଛାତ୍ରଙ୍କ ପାଇଁ ସେ ଦେୟ ରଖିଛନ୍ତି ୧ଟଙ୍କା। ରଜ୍‌ନୀଙ୍କ ଆଦ୍ୟଜୀବନ ଅର୍ଥାଭାବରେ କଟିଥିଲା। ସେ ଇଞ୍ଜିନିୟର ହୋଇପାରି ନ ଥିଲେ ହେଁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ୧ଟଙ୍କା ଦେୟରେ ପଢ଼ାଇବା ସହ ଗଣିତରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୨୦୦୮ରେ ସେ କୋଚିଂ କ୍ଲାସ୍‌ ଖୋଲିଥିଲେ। ଏବେ ସୁଦ୍ଧା ତାଙ୍କ ନିକଟରୁ ପ୍ରାୟ ୧ ହଜାର ପିଲା କୋଚିଂ ନେଇ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇ ସାରିଲେଣି। ରଜ୍‌ନୀ କୋଚିଂ ସେଣ୍ଟରରେ ପଢ଼ାଇ ଯାହା ରୋଜଗାର କରୁଛନ୍ତି ତାହାକୁ ତାଙ୍କ କୋଚିଂ କ୍ଲାସ୍‌ ପରିଚାଳନାରେ ଖର୍ଚ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri