Odisha Elections 2024
Posted inରାଜ୍ୟ

ଝାରସୁଗୁଡ଼ାରେ ପ୍ରତିଷ୍ଠା ହେବ କୋଇଲା ବାଷ୍ପୀକରଣ ପ୍ଲାଣ୍ଟ, ବ୍ୟୟ ହେବ ୧୧,୭୮୨ କୋଟି

ଭୁବନେଶ୍ୱର,୨୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ କମିଟି (ସିସିଇଏ)ବୈଠକରେ ଆଜି ଦୁଇଟି ଇକ୍ୟୁଟି ନିବେଶ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହି ପ୍ରକଳ୍ପଗୁଡ଼ିକ ହେଲା (i) ସିଆଇଏଲ୍‌ ଓ ଗେଲ୍‌ର ଯୌଥ ଉଦ୍ୟୋଗ ଜରିଆରେ ଇସିଏଲ୍‌ କମାଣ୍ଡ ଅଞ୍ଚଳରେ କୋଇଲାରୁ ଏସଏନଜି (ସିନ୍ଥେଟିକ୍‌ ନେଚୁରାଲ ଗ୍ୟାସ୍‌ ପ୍ରକଳ୍ପ) ଏବଂ ସିଆଇଏଲ୍‌ ଓ ଭେଲ୍‌ର ଯୌଥ ଉଦ୍ୟୋଗ ଜରିଆରେ ଏମସିଏଲ୍‌ କମାଣ୍ଡ ଅଞ୍ଚଳରେ କୋଇଲାରୁ ଆମୋନିୟମ ନାଇଟ୍ରେଟ୍‌ ପ୍ରକଳ୍ପ ସ୍ଥାପନ ।

କ. ସିଆଇଏଲ ଏବଂ ଭେଲ୍‌ର ଯୌଥ ଉଦ୍ୟୋଗ ଜରିଆରେ ଓଡ଼ିଶାର ଝାରସୁଗୁଡ଼ା ଜିଲ୍ଲାରେ ଥିବା ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମସିଏଲ୍‌)ର ଲଖନପୁର ଅଞ୍ଚଳରେ ୧୧,୭୮୨.୦୫ କୋଟି ଟଙ୍କା (±୨୫%ର ସଠିକତା)ର ଆନୁମାନିକ ପୁଞ୍ଜି ବ୍ୟୟରେ ପ୍ରତିଷ୍ଠା ହେବାକୁ ଥିବା ପ୍ରସ୍ତାବିତ କୋଇଲାରୁ ଆମୋନିୟମ ନାଇଟ୍ରେଟ୍‌ (ଏଏନ) ପ୍ରକଳ୍ପ ପାଇଁ ଯୌଥ ଉଦ୍ୟୋଗରେ ୭୦:୩୦ ଋଣ-ଇକ୍ୟୁଟୀ ଅନୁପାତ ଏବଂ ୫୧% ଇକ୍ୟୁଟୀ ନିବେଶକୁ ବିଚାରକୁ ନେଇ ସିଆଇଏଲ୍‌ ଦ୍ୱାରା ୧,୮୦୨.୫୬ କୋଟି (± ୨୫%) ଟଙ୍କାର ଇକ୍ୟୁଟୀ ନିବେଶ।

ଖ. ସିଆଇଏଲ୍‌ ଏବଂ ଗେଲ୍‌ ମଧ୍ୟରେ ଏକ ଯୌଥ ଉଦ୍ୟୋଗ ଜରିଆରେ ପଶ୍ଚିମବଙ୍ଗର ବର୍ଦ୍ଧମାନ ଜିଲ୍ଲାରେ ଇଷ୍ଟର୍ଣ୍ଣ କୋଲ୍‌ଫିଲ୍ଡସ୍‌ ଲିମିଟେଡ୍‌ (ଇସିଏଲ)ର ସୋନପୁର ବାଜାରୀ ଅଞ୍ଚଳରେ ମୋଟ୍‌ ୧୩,୦୫୨.୮୧ କୋଟି ଟଙ୍କା (±୨୫%ର ସଠିକତା)ର ଆନୁମାନିକ ପ୍ରକଳ୍ପ ପୁଞ୍ଜି ବ୍ୟୟରେ ପ୍ରସ୍ତାବିତ କୋଇଲାରୁ ସିନ୍ଥେଟିକ୍‌ ନେଚୁରାଲ ଗ୍ୟାସ (ଏସଏନଜି) ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଏକ ଯୌଥ ଉଦ୍ୟୋଗ କମ୍ପାନୀରେ ୭୦:୩୦ ଋଣ-ଇକ୍ୟୁଟି ଅନୁପାତ ଏବଂ ୫୧% ଇକ୍ୟୁଟି ନିବେଶକୁ ବିଚାରକୁ ନେଇ ସିଆଇଏଲ ଦ୍ୱାରା ୧,୯୯୭.୦୮ କୋଟି ଟଙ୍କା (±୨୫%)ର ଇକ୍ୟୁଟି ପୁଞ୍ଜି ନିବେଶ।

ଗ.) ଉପରୋକ୍ତ ବିନ୍ଦୁ (କ) ଅନୁଯାୟୀ ସିଆଇଏଲ୍-ଗେଲ୍ ର ଯୌଥ ଉଦ୍ୟୋଗରେ ଏବଂ ଉପରୋକ୍ତ ବିନ୍ଦୁ (ଖ) ଅନୁଯାୟୀ ସିଆଇଏଲ୍-ଭେଲ୍‌ର ଯୌଥ ଉଦ୍ୟୋଗରେ ନିଜ ନିଟ୍ ସମ୍ପତ୍ତିର ୩୦% ରୁ ଅଧିକ ଇକ୍ୱିଟି ନିବେଶ ପାଇଁ ସିଆଇଏଲ୍‌କୁ ଅନୁମତି।

୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ ହାସଲ କରିବା ଏବଂ ଭାରତର ଆତ୍ମନିର୍ଭରଶୀଳତା ଓ ଇନ୍ଧନ ସ୍ୱାଧୀନତାର ଦ୍ୱୈତ ଲକ୍ଷ୍ୟ ପୂରଣ କରିବା ଉଦ୍ଦେଶ୍ୟରେ କୋଲ୍‌ ଇଣ୍ଡିଆ ଲିମିଟେଡ୍‌ (ସିଆଇଏଲ) ଦୁଇଟି କୋଇଲା ବାଷ୍ପୀକରଣ ପ୍ରକଳ୍ପ ପ୍ରତିଷ୍ଠା କରିବ –

କ.) ୭୦:୩୦ ଋଣ:ଇକ୍ୟୁଟୀ ଅନୁପାତକୁ ବିଚାରକୁ ନେଇ ଆନୁମାନିକ ୧୩,୦୫୨.୮୧ କୋଟି (±୨୫%) ଟଙ୍କାର ପ୍ରକଳ୍ପ ବ୍ୟୟବରାଦ ସହିତ ସିଆଇଏଲ୍‌ ଏବଂ ଗେଲ୍‌ ମଧ୍ୟରେ ଯୌଥ ଉଦ୍ୟୋଗ ଜରିଆରେ ପଶ୍ଚିମବଙ୍ଗର ବର୍ଦ୍ଧମାନ ଜିଲ୍ଲାରେ ଇଷ୍ଟର୍ଣ୍ଣ କୋଲଫିଲ୍ଡସ୍‌ ଲିମିଟେଡ୍‌ (ଇସିଏଲ)ର ସୋନପୁର ବାଜାରୀ ଅଞ୍ଚଳରେ କୋଇଲାରୁ ଏସଏନଜି ପ୍ରକଳ୍ପ ପ୍ରତିଷ୍ଠା ପାଇଁ ସିଆଇଏଲ୍‌ ଓ ଗେଲ୍‌ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

ଖ.) ୭୦:୩୦ ଋଣ:ଇକ୍ୟୁଟୀ ଅନୁପାତକୁ ବିଚାରକୁ ନେଇ ଆନୁମାନିକ ୧୧,୭୮୨.୦୫ କୋଟି (±୨୫%) ଟଙ୍କାର ପ୍ରକଳ୍ପ ବ୍ୟୟବରାଦ ସହିତ ସିଆଇଏଲ୍‌ ଏବଂ ଭେଲ୍‌ ମଧ୍ୟରେ ଯୌଥ ଉଦ୍ୟୋଗ ଜରିଆରେ ଓଡ଼ିଶାର ଝାରସୁଗୁଡ଼ାରେ ଥିବା ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମସିଏଲ)ର ଲଖନପୁର ଠାରେ କୋଇଲାରୁ ଆମୋନିୟମ ନାଇଟ୍ରେଟ୍‌ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଭେଲ୍‌ ଏବଂ ସିଆଇଏଲ୍‌ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri