ପିକ୍‌ଅପ୍‌ ଭ୍ୟାନ୍‌-ବାଇକ୍‌ ଧକ୍କା: ବ୍ରିଜ୍‌ରୁ ୬୫ଫୁଟ ତଳକୁ ଖସି ପଡ଼ିଲେ ୨ ବାଇକ୍‌ ଆରୋହୀ

ସୋନପୁର,୨୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ସହରର ଦକ୍ଷିଣ ଦିଗକୁ ଥିବା ତେଲନଦୀ ସେତୁ(ବ୍ରିଜ୍‌)ରେ ଗୁରୁବାର ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ବୌଦ୍ଧ ଜିଲା ମନମୁଣ୍ଡା ଥାନା ଦମାମୁଣ୍ଡା ଅଞ୍ଚଳର ସତ୍ୟ ରାଜହଂସ, ବରୁଣ ରାଜହଂସ ଓ ଅଶୋକ ରାଜହଂସ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସତ୍ୟ, ବରୁଣ ଓ ଅଶୋକ ଏକ ବାଇକ୍‌ ନଂ ଓଡି୨୭ବି-୪୪୭୧ରେ ସୋନପୁରରୁ ମନମୁଣ୍ଡା ଅଭିମୁଖେ ଯାଉଥିଲେ। ତେଲନଦୀ ସେତୁରେ ବାଇକ୍‌ ସହ ସମ୍ମୁଖ ପଟୁ ଆସୁଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ଧକ୍କା ହୋଇଥିଲା । ଫଳରେ ବାଇକ୍‌ ଆରୋହୀ ୩ ଜଣ ଛିଟିକି ପଡିଥିଲେ। ଜଣେ ସେତୁ ଉପରେ ପଡି ଗୁରୁତର ହୋଇଥିବା ବେଳେ ଅନ୍ୟ ୨ ଜଣ ସେତୁର ୬୫ ଫୁଟ ତଳକୁ ଖସି ପଡିଥିଲେ।

ଖବର ପାଇ ସୋନପୁର ଅଗ୍ନିଶମ କେନ୍ଦ୍ରର ଅଧିକାରୀ ଧନଞ୍ଜୟ ମଲ୍ଳିକଙ୍କ ନେତୃତ୍ୱରେ କର୍ମଚାରୀମାନେ ନଦୀଗର୍ଭରୁ ଚେତାଶୂନ୍ୟ ଅବସ୍ଥାରେ ୨ଜଣଙ୍କୁ ଉଦ୍ଧାର କରିଥିଲେ । ଆମ୍ବୁଲାନ୍ସରେ ବାଇକ୍‌ ଆରୋହୀଙ୍କୁ ଆଣି ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ଅନ୍ୟପକ୍ଷେ ଦୁର୍ଘଟଣା ପରେ ପିକ୍‌ଅପ୍‌ ଭ୍ୟାନ୍‌ଟି ଫେରାର ହୋଇଯାଇଛି। ଏନେଇ ସୋନପୁର ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri