Posted inଜାତୀୟ

ବିହାର ରାଜନୀତିରେ ହଟଚମଟ ପରେ କଂଗ୍ରେସର ହଜିଲା ନିଦ! ୧୩ ବିଧାୟକଙ୍କ ଫୋନ ବନ୍ଦ

ପାଟନା,୨୭।୧: ବିହାରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଶନିବାରକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଏ। ଏଠାରେ ଜନତା ଦଳ (ୟୁନାଇଟେଡ) ସଭାପତି ତଥା ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣି ଥରେ ଭାଜପା ନେତୃତ୍ୱାଧୀନ ଏନଡିଏରେ ଯୋଗଦେବା ନେଇ କଳ୍ପନା ଜଳ୍ପନା ଜୋର ଧରିଛି। ସେପଟେ ସେ ରବିବାର ତାଙ୍କ ବାସଭବନରେ ସମସ୍ତ ଜେଡିୟୁ ବିଧାୟକଙ୍କ ବୈଠକ ଡାକିଛନ୍ତି। ଅନ୍ୟପକ୍ଷରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଏବଂ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟ କ୍ୟାମ୍ପ ଗଠନ ଆରମ୍ଭ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଆରଜେଡି ଶନିବାର ଅପରାହ୍ନ ୧ଟାରେ ବିଧାୟକା ଦଳର ବୈଠକ ଡାକିଥିବାବେଳେ ଭାଜପା ମଧ୍ୟ ଅପରାହ୍ନ ୪ଟାରେ ଦଳର ବିଧାୟକଙ୍କ ସହ ବୈଠକ କରିବାକୁ ଯାଉଛି।
ଏହି ସମୟରେ, ୧୩ ଜଣ କଂଗ୍ରେସ ବିଧାୟକଙ୍କ ମୋବାଇଲ ଫୋନ ନଟ ରିଚେବଲ ଖବର ଆସିଛି। ସୂତ୍ରରୁ ପ୍ରକାଶ ଯେ ଏହି କଂଗ୍ରେସ ବିଧାୟକମାନଙ୍କ ମଧ୍ୟରୁ ଅନେକେ ଭାଜପା ଏବଂ ଜେଡିୟୁ ସହ ଯୋଗାଯୋଗରେ ଅଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନୀତୀଶ କୁମାରଙ୍କୁ ମନାଇବା ପାଇଁ କଂଗ୍ରେସ ବର୍ତ୍ତମାନ ସୋନିଆ ଗାନ୍ଧୀଙ୍କୁ ଟ୍ରମ୍ପ କାର୍ଡ ଭାବରେ ବ୍ୟବହାର କରିପାରିବ। ଖବର ଅଛି ଯେ ସୋନିଆ ନୀତୀଶ କୁମାରଙ୍କ ସହ ଫୋନରେ କଥା ହୋଇପାରନ୍ତି।
ତେବେ ବିଧାୟକଙ୍କ ଭାଙ୍ଗିବା ଖବରକୁ ଭିତ୍ତିହୀନ ବୋଲି କଂଗ୍ରେସ କହିଛି। କଂଗ୍ରେସ ସହ ଜଡିତ ସୂତ୍ର ଅନୁଯାୟୀ ବିହାର କଂଗ୍ରେସ ଦାୟିତ୍ୱରେ ଥିବା ମୋହନ ପ୍ରକାଶ ଏପର୍ଯ୍ୟନ୍ତ ଦଳର ୧୪ଜଣ ବିଧାୟକଙ୍କ ସହ କଥାବାର୍ତ୍ତା କରିଛନ୍ତି ଏବଂ କୌଣସି ବିଧାୟକ ଦଳ ଛାଡୁ ନାହାଁନ୍ତି। ପାର୍ଟି ଏହାର ସମସ୍ତ ବିଧାୟକଙ୍କୁ ପୂର୍ନିଆକୁ ଡାକିଛି, ଯେଉଁଠାରେ ବିଧାନସଭା ପାର୍ଟି ବୈଠକ ଅନୁଷ୍ଠିତ ହେବ। ଏହି ସମୟରେ, ବିହାରର ରାଜନୈତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ପୁର୍ନିଆରେ ପ୍ରସ୍ତାବିତ ରାଲି ବାତିଲ ହୋଇପାରେ ବୋଲି ଖବର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri