ରାଜ୍ୟପାଳ ପୋଲିସ ପଦକ ପାଇଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୨୭ା୧(ସନ୍ତୋଷ ପାଢ଼ୀ): ଓଡ଼ିଶା ରାଜ୍ୟସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରଠାରେ ଗଞ୍ଜାମ ଏସ୍‌ପି ଜଗମୋହନ ମୀନାଙ୍କୁ ୨୦୨୩ ପାଇଁ ରାଜ୍ୟପାଳଙ୍କ ପୋଲିସ ପଦକ ମିଳିଛି।

ମିଳିଥିବା ସୂଚନାନୁସାରେ, ୨୦୨୩ରେ ଓଡ଼ିଶା ରାଜ୍ୟରେ ସର୍ବାଧିକ ଗଞ୍ଜାମ ପୋଲିସ ଜିଲାରେ ଏତଲା ଗ୍ରହଣ କରି ମାମଲା ରୁଜୁ କରାଯାଇଛି। ୨୦୨୨ ବର୍ଷ ତୁଳନାରେ ୨୦୨୩ ବର୍ଷରେ ଏତଲା ଗ୍ରହଣ କରି ମାମଲା ରୁଜୁ କରିବାରେ ୩୦ ପ୍ରତିଶତ ବୃଦ୍ଧି ହୋଇଛି ଏଥିସହ ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ବିଭିନ୍ନ ମାମଲାର ତଦନ୍ତ କରାଯାଇ ୯୫ ପ୍ରତିଶତ ମାମଲାର ତଦନ୍ତ ସରିଛି। ଏହାର କେସ୍‌ ରେକର୍ଡ କୋର୍ଟରେ ଦାଖଲ ହୋଇଛି। ରାଜ୍ୟରେ ଏହା ସର୍ବାଧିକ ବୋଲି ସୂଚନା ଦିଆଯାଇଛି। ୨୦୨୩ରେ ସିସିଟିଏନ୍‌ଏସ୍‌ (କ୍ରାଇମ୍‌, କ୍ରିମିନାଲ ଟ୍ରାକିଂ ନେଟ୍‌ଓ୍ବାର୍କ ଓ ସିଷ୍ଟମ)ର ସଫଳ ରୁପାୟନ ପାଇଁ ରାଜ୍ୟରେ ଗଞ୍ଜାମ ପୋଲିସ ଜିଲା ପ୍ରଥମ ହୋଇପାରିଛି। ଦୁର୍ଘଟଣା ଓ ଏଥିରେ ମୃତ୍ୟୁସଂଖ୍ୟା କମାଇବା ପାଇଁ ଗଞ୍ଜାମ ପୋଲିସ ଜିଲାରେ ୨୦୨୩ରେ ସ୍ବତନ୍ତ୍ର ଅଭିଯାନ ଚାଲିଥିଲା। ଉକ୍ତ ବର୍ଷ ମଦ୍ୟପାନ କରି ଗାଡ଼ି ଚଳାଇବା ନେଇ ୪୬୮୪ ଜଣଙ୍କୁ ପୋଲିସ ଧରିଥିବା ବେଳେ ସେମାନଙ୍କ ଗାଡ଼ି ଜବତ ସହ ପ୍ରତ୍ୟେକଙ୍କଠାରୁ ୧୦ ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ ହୋଇଥିଲା। ଏନେଇ ଗଞ୍ଜାମ ପୋଲିସ ଟିମ୍‌କୁ ଏସ୍‌ପି ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri