ଚାଇନା ଆଗରେ ପୁଣି ହାତ ପାତିଲା ପାକିସ୍ତାନ: ଆମକୁ ଦିଅ ୨ ବିଲିୟନ ଡଲାର ଋଣ…

ଇସଲାମାବାଦ,୨୭।୧ : ଅର୍ଥନୈତିକ ସଙ୍କଟ ସହ ସଂଘର୍ଷ କରୁଥିବା ପାକିସ୍ତାନ ଏହାର ଘନିଷ୍ଠ ସହଯୋଗୀ ଚାଇନା ସମ୍ମୁଖରେ ସହାୟତା ପାଇଁ ହାତ ପାତିଛି। ବେଜିଂରୁ ପାକିସ୍ତାନ ଦୁଇ ବିଲିୟନ ଡଲାରର ଆର୍ଥିକ ସହାୟତା ଲୋଡିଛି। କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଅନୱାର ଉଲ ହକ କାକର ଚାଇନା ପ୍ରଧାନମନ୍ତ୍ରୀ ଲି କିଆଙ୍ଗଙ୍କୁ ଏନେଇ ଏକ ଚିଠି ଲେଖିଛନ୍ତି। ଯେଉଁଥିରେ ସେ ଅନୁରୋଧ କରିଛନ୍ତି ମାର୍ଚ୍ଚ ୨୩ ରେ ଚାଇନାର ଋଣ ପାଇଁ ଜମା ସମୟ ସମାପ୍ତ ହେବା ମାତ୍ରେ ଏହି ଋଣକୁ ରୋଲ ଓଭର କରାଯାଉ। ଶନିବାର ଏକ ଗଣମାଧ୍ୟମ ରିପୋର୍ଟରେ ଏହି ସୂଚନା ଦିଆଯାଇଛି।

ଖବର ଅନୁଯାୟୀ କାକର ଚିଠିରେ ପାକିସ୍ତାନକୁ ଆର୍ଥିକ ସଙ୍କଟରେ ସାହାଯ୍ୟ କରିଥିବାରୁ ଚାଇନାକୁ କୃତଜ୍ଞତା ଜଣାଇଛନ୍ତି। ସଙ୍କଟ ସହ ସଂଘର୍ଷ କରୁଥିବା ପାକିସ୍ତାନ ଚାଇନା ଠାରୁ ମୋଟ ଚାରି ବିଲିୟନ ଡଲାର ଋଣ ପାଇଥିଲା। ଯେଉଁ କାରଣରୁ ବାହ୍ୟ ଋଣ ପରିଶୋଧ କରିବାକୁ ଦେଶ ଉପରେ ଥିବାେ ଚାପ କମି ଯାଇଥିଲା ଏବଂ ବୈଦେଶିକ ମୁଦ୍ରା ଭଣ୍ଡାର ସ୍ଥିର ହୋଇ ଯାଇଥିଲା।

ଏହି ମାସ ଆରମ୍ଭରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ପାକିସ୍ତାନକୁ ଦୁଇ ବିଲିୟନ ଡଲାରର ଋଣ ବନ୍ଦ କରି ଦେଇଥିଲା। ତେବେ ସାଉଦି ଆରବ ପାକିସ୍ତାନ ଷ୍ଟେଟ ବ୍ୟାଙ୍କ (ଏସବିବି) ରେ ପାଞ୍ଚ ବିଲିୟନ ଡଲାର ଜମା କରିଛି। ୧.୨ ବିଲିୟନ ଡ଼ଲାରର ଅନ୍ତିମ ଋଣ ଟ୍ରାନ୍ସଫର ବୁଝାମଣା ପାଇଁ ମଧ୍ୟବର୍ତ୍ତୀକାଳୀନ ସରକାର ଏହି ମାସରେ ଏକ ନୂତନ ମିଶନ ପଠାଇବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri