Posted inଫୁରସତ

ପଞ୍ଜାବ କେଶରୀ ଲାଲା ଲଜ୍‌ପତ

ଲାଲା ଲଜ୍‌ପତ ରାୟ ଜଣେ ଭାରତୀୟ ସ୍ବାଧୀନତା ସଂଗ୍ରାମୀ, ରାଜନେତା ଏବଂ ଲେଖକ ଭାବେ ଜଣାଶୁଣା ଥିଲେ। ସେ ପଞ୍ଜାବ କେଶରୀ ଭାବରେ ମଧ୍ୟ ଲୋକପ୍ରିୟ ଥିଲେ। ସେ ଲାଲ୍‌ ବାଲ୍‌ ପାଲ୍‌ ତିନିଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ। ବ୍ରିଟିଶ୍‌ ସାଇମନ କମିଶନଙ୍କର ଭାରତୀୟ ସାମ୍ବିଧାନିକ ସଂସ୍କାର ବିରୋଧରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବା ସମୟରେ ସେ ଲାହୋରରେ ପୋଲିସ ଲାଠିଚାର୍ଜର ସମ୍ମୁଖୀନ ହୋଇଥିଲେ। ୧୮ ଦିନ ପରେ ମୁଣ୍ଡରେ ଆଘାତ ଲାଗିଥିବା କାରଣରୁ ତାଙ୍କର ମୃତ୍ୟୁ ଘଟିଥିଲା।
ଲଜ୍‌ପତ ରାୟ ୨୮ ଜାନୁଆରୀ ୧୮୬୫ରେ ଏକ ଅଗ୍ରୱାଲ ଜୈନ ପରିବାରରେ ଭାରତର ପଞ୍ଜାବ ପ୍ରଦେଶର ଫରିଦକୋଟ ଜିଲା ଅନ୍ତର୍ଗତ ଧୁଦିକେଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ପିତା ମୁନ୍‌ସୀ ରାଧାକ୍ରିଷ୍ଣ ସରକାରୀ ବିଦ୍ୟାଳୟର ଉର୍ଦ୍ଦୁ ଏବଂ ପାର୍ସୀ ଶିକ୍ଷକ ଥିଲେ। ମା’ ଗୁଲାବ ଦେବୀ ଅଗ୍ରୱାଲଙ୍କର ୬ ଜଣ ସନ୍ତାନଙ୍କ ମଧ୍ୟରେ ସେ ଜ୍ୟେଷ୍ଠ ପୁତ୍ର ଭାବରେ ଜନ୍ମ ହୋଇଥିଲେ। ତାଙ୍କର ବିଦ୍ୟାଳୟ ଶିକ୍ଷା ଜାଗ୍ରୋନରେ ସମ୍ପନ୍ନ ହୋଇଥିଲା।
ଜାତୀୟ କଂଗ୍ରେସରେ ଯୋଗଦେବା ପରେ ପଞ୍ଜାବରେ ରାଜନୈତିକ ଆନ୍ଦୋଳନରେ ଯୋଗ ଦେଇଥିଲେ। ୧୯୨୦ର କଲିକତା ସ୍ବତନ୍ତ୍ର ଅଧିବେଶନରେ ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ। ୧୯୨୧ ମସିହାରେ ସେ ଲାହୋରରେ ସେବର୍ସ ଅଫ୍‌ ପିପୁଲ୍ସ ସୋସାଇଟି ପ୍ରତିଷ୍ଠା କରିଥିଲେ, ଯାହା ଦେଶ ବିଭାଜନ ପରେ ଏହାର ଆଧାର ଦିଲ୍ଲୀକୁ ସ୍ଥାନାନ୍ତର କରିଥିଲା। ସେ ସବୁବେଳେ କହୁଥିଲେ ହିନ୍ଦୁ ସମାଜକୁ ଜାତିଭେଦ, ମହିଳାଙ୍କ ସ୍ଥିତି ଏବଂ ଅସ୍ପୃଶ୍ୟତା ବିରୋଧରେ ଲଢ଼େଇ କରିବାକୁ ପଡ଼ିବ। ବେଦ ହିନ୍ଦୁଧର୍ମର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଏବଂ ଏହାକୁ ସମସ୍ତଙ୍କୁ ପଢ଼ିବାର ଅନୁମତି ଦେବା ଆବଶ୍ୟକ। ୧୯୨୮ ନଭେମ୍ବର ୧୭ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri