Posted inଜାତୀୟ

‘ଅଯୋଧ୍ୟାରେ ଆସିଲେ ରାମ, ବିହାରରେ ପଲ୍ଟୁରାମ…’, ନୀତୀଶଙ୍କୁ କଟାକ୍ଷ କଲେ ପୂର୍ବତନ ସହଯୋଗୀ

ପାଟନା, ୨୮।୧: ନୀତୀଶ କୁମାର ପୁଣିଥରେ ପଟ ପରିବର୍ତ୍ତନ କରିଛନ୍ତି। ସେ ଆରଜେଡି ନେତୃତ୍ୱାଧୀନ ଗ୍ରାଣ୍ଡ ଆଲାଇନ୍ସ ସହ ସମ୍ପର୍କ ଭାଙ୍ଗି ଭାଜପା ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି। 28 ଜାନୁଆରୀ ରବିବାର ନୀତୀଶ କୁମାର ତାଙ୍କ ଇସ୍ତଫା ପତ୍ର ରାଜ୍ୟପାଳଙ୍କ ନିକଟରେ ଦାଖଲ କରିଥିଲେ ଏବଂ କିଛି ସମୟ ପରେ ପୁଣିଥରେ ଭାଜପା ସମର୍ଥନରେ ସରକାର ଗଠନ କରିବାକୁ ଦାବି କରିଥିଲେ।

ନୀତୀଶଙ୍କ ଏହି ନିଷ୍ପତ୍ତିର ପରେ ତାଙ୍କର ପୂର୍ବତ୍ତନ ସହଯୋଗୀ ଏବେ ତାଙ୍କୁ କଟାକ୍ଷ କରିଛନ୍ତି। ଏହି ଧାରାରେ ସଞ୍ଜୟ ରାଉତ ନୀତୀଶଙ୍କୁ ଇଙ୍ଗିତ କରି କହିଛନ୍ତି, ‘ରାମ ଅଯୋଧ୍ୟାକୁ ଆସିଥିଲେ, ପଲ୍ଟୁରାମ ବିହାରକୁ ଆସିଲେ’।

ଶିବସେନା(ୟୁବିଟି) ନେତା ନୀତୀଶଙ୍କୁ କଡ଼ା ଭାଷାରେ ସମାଲୋଚନା କରିବା ସହ ତାଙ୍କୁ ମାନସିକ ରୂପେ ଅସ୍ଥିର କହିଥିଲେ। ରାଉତ ଏହା ମଧ୍ୟ କହିଛନ୍ତି ଇଣ୍ଡିଆ ବ୍ଲକର ଥିତି ଗୁରୁତ୍ୱପୂର୍ଣ୍ଣ ଅଟେ। ମମତା ବାନାର୍ଜୀ ଏବେ ଏଥିରୁ ବାହାର ହୋଇନାହାନ୍ତି। ଆମ ଆଦମୀ ପାର୍ଟି ମଧ୍ୟ ବାହାର ହୋଇନାହିଁ। ତେବେ ନୀତୀଶଙ୍କ ଏହି ଖେଳ ଜାରି ରହିଛି। ତାଙ୍କୁ ମୁଁ ଅନେକ ଦିନରୁ ବହୁତ ନିକଟରୁ ଜାଣିଛି। ସେ କିଛି ଦିନ ହେଲା ଅସୁସ୍ଥ ଅଛନ୍ତି, ଏହା କିଛି ବ୍ୟକ୍ତିଗତ କାରଣ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri