Posted inଜାତୀୟ

ଭୟକର ନାହିଁ ଖୁସି ମନରେ ପରୀକ୍ଷା ଦିଅ: ଛାତ୍ରୀଛାତ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଗୁରୁମନ୍ତ୍ର…

ନୂଆଦିଲ୍ଲୀ,୨୯।୧ : ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରୀଛାତ୍ରମାନଙ୍କ ମନୋବଳ ବୃଦ୍ଧି କରାଇବା ସହିତ ଭୟ ନ କରି ଖୁସି ମନରେ ପରୀକ୍ଷା ଦେବାକୁ ପରାମର୍ଶ ଦେଇଛନ୍ତି। ପରୀକ୍ଷା ସମୟରେ ମାନସିକ ଚାପରୁ ଦୁରେଇ ରହିବା ଗୁରୁତ୍ୱପୂର୍ଣ୍ଣ।

ସୋମବାର ଏହି କାର୍ଯ୍ୟକ୍ରମ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଭାରତ ମଣ୍ଡପମ, ଆଇଟିପିଓରେ ଆୟୋଜିତ ହୋଇଛି। ପରୀକ୍ଷା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଲୋଚନାର ଏହା ହେଉଛି ସପ୍ତମ ସଂସ୍କରଣ। ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜବାହର ନବୋଦୟ ବିଦ୍ୟାଳୟ ସମେତ ଦେଶର ସରକାରୀ ଏବଂ ବେସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଛନ୍ତି। ସର୍ବପ୍ରଥମେ ପିଏମ ମୋଦି ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପଗୁଡିକ ବୁଲି ଦେଖିଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପରୀକ୍ଷା, ଶିକ୍ଷା କ୍ଷେତ୍ର ସହ ଜଡିତ ସମସ୍ତ ଆହ୍ନାନ ଉପରେ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କ ସହ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମ ଶିକ୍ଷା ମନ୍ତ୍ରଣାଳୟ ଏବଂ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଟୁଇଟର, ଫେସବୁକ ଏବଂ ୟୁଟ୍ୟୁବ ଚ୍ୟାନେଲରେ ସିଧା ପ୍ରସାରଣ କରାଯାଇଛି। ଏହା ସହିତ, ଲାଇଭ ପ୍ରସାରଣର ସମସ୍ତ ଲିଙ୍କ education.gov.inରେ ମଧ୍ୟ ଉପଲବ୍ଧ ।

MyGov ପୋର୍ଟାଲରେ ଉପଲବ୍ଧ ସୂଚନା ଅନୁଯାୟୀ, ଛାତ୍ରୀଛାତ୍ରମାନଙ୍କ ସହିତ ୧୪.୯୩ଲକ୍ଷରୁ ଅଧିକ ଶିକ୍ଷକ ଏବଂ ୫.୬୯ ଲକ୍ଷ ଅଭିଭାବକ ଏହି କାର୍ଯ୍ୟକ୍ରମ ପାଇଁ ପଞ୍ଜୀକୃତ ହୋଇଛନ୍ତି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ସମୟରେ ୪ ହଜାର ଲୋକ ସିଧାସଳଖ ପିଏମ ମୋଦିଙ୍କ ସହ କଥା ହୋଇପାରିବେ। ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୧୦୦ ଛାତ୍ରୀଛାତ୍ର ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନର ଉତ୍ତର ମଧ୍ୟ ଦେବା ସହିତ ମନୋନୀତ ଛାତ୍ରୀଛାତ୍ରଙ୍କୁ ନିଜ ଲିଖିତ ଏଗାଜମ ୱାରିୟର୍ସ ମଧ୍ୟ ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମ ପାଇଁ ମୋଟ ୨୦୫.୬୨ ଲକ୍ଷ ଲୋକ ପଞ୍ଜିକରଣ କରିଛନ୍ତି।

ଏହାର ଲାଇଭ ପ୍ରସାରଣ

  • PPC 2024 YouTube Live Link – https: //www.youtube.com/watch?v=gpO3N_voAaE
  • PPC 2024 Facebook FB Live Link – https: //business.facebook.com/events/228393920327665/  ରେ କରା ଯାଉଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri