ଭୋଗରାଇ ଥାନା ଆଗରେ ଡିଏସ୍‌ଓର ବିକ୍ଷୋଭ

ଭୋଗରାଇ,୧୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ଡିଏସ୍‌ଓ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନିକଟରେ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ନିର୍ଯାତନା ଦେବା ଓ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରି ବ୍ଲାକମେଲ କରିବା ଦୁର୍ବୃତ୍ତଙ୍କୁ ଅବିଳମ୍ବେ ଗିରଫ କରି କାର୍ଯ୍ୟାନୁଷ୍ଠାନ ନେବା, ବେଳାଭୂମିରେ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବା, ମଦ ମାଦକ ଦ୍ରବ୍ୟ ପ୍ରସାର ବନ୍ଦ କରିବା, ବେଆଇନ ଭାବେ ବେପରୁଆ ବାଇକ ଚାଳନା ବନ୍ଦ କରିବା ଆଦି ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଡିଏସ୍‌ଓ ଛାତ୍ରନେତା ଅମର ବୋର, ସଞ୍ଜୟ ପରିଡ଼ା, ସ୍ବାଗତ କୁମାର ପଣ୍ଡା, ପୂର୍ଣ୍ଣଚନ୍ଦ୍ର ଦେ, ପବିତ୍ର ପ୍ରଦାନ, ଗଣେଶ ପରମାଣିକ, ସୁମନ ପରିଡ଼ା, ହରେକୃଷ୍ଣ ଦାସ, ଆସମାନ ରାଜ ପ୍ରମୁଖ ନେତୃତ୍ୱରେ ବହୁ ଛାତ୍ରୀଛାତ୍ର ଆର୍‌ଆଇଏଚ୍‌ଏସ୍‌ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନରୁ ଏକ ଶୋଭାଯାତ୍ରାରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ଥାନାଛକ ପରିକ୍ରମା କରିଥିଲେ। ସେଠାରୁ ଛାତ୍ର ବିକ୍ଷୋଭକାରୀ ଭୋଗରାଇ ଥାନାରେ ପହଞ୍ଚତ୍ ଦୀର୍ଘସମୟ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ଏକ ପ୍ରତିନିଧି ଦଳ ଭୋଗରାଇ ଥାନା ଅଧିକାରୀଙ୍କୁ ଛାତ୍ରୀ ପ୍ରତି ହୋଇଥିବା ନିର୍ଯାତନା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏସ୍‌ପିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...

ସଟର ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ସକାଳେ ଦୋକାନୀ ମାଲିକ ପହଞ୍ଚିଲା ପରେ…

ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri