Odisha Elections 2024

ଛତିଶଗଡ ସୀମାରେ ମାଓ ହମଲା: ପାଲଟା ଜବାବ ଦେଲେ ସୁରକ୍ଷାକର୍ମୀ, ୬ ମାଓବାଦୀଙ୍କୁ ଏନକାଉଣ୍ଟର

ମାଲକାନଗିରି,୩୦।୧: ଛତିଶଗଡ ବିଜାପୁର-ସୁକମା ସୀମାରେ ମଙ୍ଗଳବାର ହୋଇଥିବା ମାଓ ଆକ୍ରମଣର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ସୀମାରେ ଗୁଳି ବିନିମୟରେ ୩ଯବାନ ଶହୀଦ ହୋଇଥିବାବେଳେ ୧୪ଜଣ ଆହତ ହୋଇଥିଲେ। ଏହି ଘଟଣାର ଅଳ୍ପ ସମୟ ମଧ୍ୟରେ ସୁରକ୍ଷାବାହିନୀର ଯବାନମାନେ ୬ଜଣ ମାଓବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି। ବସ୍ତର ଆଇଜି ପି ସୁନ୍ଦରରାଜ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ତେବେ ଜୋନାଗୁଡା ଓ ଅଲୀଗୁଡା ସୀମାରେ ଯବାନମାନେ ଏବେ ବି ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି।

ସୂଚନାଯୋଗ୍ୟ, ବିଜାପୁର-ସୁକମା ସୀମାନ୍ତ ଜୋନାଗୁଡା ଓ ଅଲୀଗୁଡା ନିକଟରେ ମାଓଙ୍କର ଉପସ୍ଥିତି ନେଇ ଯବାନମାନେ ସେଠାରେ ଶିବିର କରି ରହିବା ସହ ସ୍ଥାନୀୟ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରିଥିଲେ। ମଙ୍ଗଳବାର ହଠାତ୍‌ ମାଓବାଦୀମାନେ ଯବାନଙ୍କ ଉଫରେ ଆକ୍ରମଣ କରିଥିଲେ। ପରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ଏଥିରେ ୩ଜଣ ଯବାନ ଶହୀଦ ହୋଇଥିଲେ। ଆହତ ଯବାନଙ୍କୁ ଜଗଦଲପୁରସ୍ଥିତ ସରକାରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। କିନ୍ତୁ ଗୁରୁତର ଯବାନଙ୍କୁ ଏୟାର ଲିଫ୍ଟ କରି ରାୟପୁର ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। ବିଜେଡି ସରକାରରେ ଓଡ଼ିଶା...

ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ

ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ...

ରାଇକିଆରେ ଚାଲିଛି ମତଦାନ

ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି।...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ

ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri