Posted inଜାତୀୟ

ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ବିଜୟୀ

ଚଣ୍ଡିଗଡ଼,୩୧।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ପ୍ରାର୍ଥୀ ମନୋଜ ସୋଙ୍କର ବିଜୟୀ ହୋଇଛନ୍ତି। ଇଣ୍ଡିଆ ମେଣ୍ଟରୁ ପ୍ରାର୍ଥୀ ହୋଇଥିବା ଏଏପିର କୁଲଦୀପ କୁମାରଙ୍କୁ ସେ ପରାଜିତ କରିଛନ୍ତି। ମନୋଜଙ୍କୁ ୧୬ ଭୋଟ ମିଳିଥିବାବେଳେ କୁଲଦୀପ୍‌ ୧୨ ଭୋଟ ପାଇଛନ୍ତି ଏବଂ ୮ଟି ଭୋଟ ନାକଚ ହୋଇଯାଇଛି। ମଙ୍ଗଳବାର ମଧ୍ୟାହ୍ନରେ ଫଳାଫଳ ଘୋଷଣା ହେବା ପରେ ଏଏପି ଏବଂ କଂଗ୍ରେସ କାଉନସିଲରମାନେ ଏହାର ଜୋର୍‌ଦାର ବିରୋଧ କରିଥିଲେ। ଭୋଟରେ ଜାଲିଆତି ଓ ଠକେଇ ହୋଇଥିବା ସେମାନେ ଅଭିଯୋଗ କରି ହଟ୍ଟଗୋଳ କରିବାରୁ ଉତ୍ତେଜନାପୂର୍ଣ୍ଣ ସ୍ଥିତି ଉପୁଜିଥିଲା। ୩୫ ସଦସ୍ୟ ବିଶିଷ୍ଟ ଚଣ୍ଡିଗଡ଼ ମ୍ୟୁନିସିପାଲ କର୍ପୋରେଶନରେ ଭାଜପାର ୧୪ କାଉନସିଲର ଥିବାବେଳେ ଏଏପିର ୧୩ ଏବଂ କଂଗ୍ରେସର ୭ ସଦସ୍ୟ ରହିଛନ୍ତି। ଶିରୋମଣି ଅକାଳୀ ଦଳର ଜଣେ କାଉନସିଲର ଅଛନ୍ତି। କଂଗ୍ରେସ ଏବଂ ଏଏପି ମିଳିତ ପ୍ରାର୍ଥୀ ଦେଇଥିବାବେଳେ ଭାଜପା ପ୍ରାର୍ଥୀ ବିଜୟୀ ହେବାକୁ ଦିବାଲୋକରେ ସାଂଘାତିକ ଠକେଇ ବୋଲି କହି ଏଏପି ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମେୟର ନିର୍ବାଚନରେ ଯଦି ସେମାନେ ଏଭଳି ସ୍ତରକୁ ଖସିପାରୁଛନ୍ତି, ତେବେ ସାଧାରଣ ନିର୍ବାଚନରେ କେଉଁ ସ୍ତରକୁ ଯିବେ ବୋଲି ସେ ପ୍ରଶ୍ନ କରିଛନ୍ତି। ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅଫିସରଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରାଯାଉ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଦାବି କରିଛନ୍ତି। ଦେଶର ଗଣତନ୍ତ୍ରରେ ଆଜିର ଦିନ ଏକ କଳା ଦିବସ ଭାବେ ମନେ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri