ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୩୧।୧: ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନ କରିବାକୁ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସର୍ଗୀକୃତ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନକୁ ଅନୁମୋଦନ ଦେଇଛନ୍ତି। ଏହି ଟିମ୍ ଶ୍ରୀମନ୍ଦିର ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଭକ୍ତଙ୍କ ପାଇଁ ସୁବିଧା ଭଳି ବ୍ୟବସ୍ଥାର ଅନୁଧ୍ୟାନ କରିବେ। ଏହି ବାଟାଲିୟନରେ ମୋଟ ୧୦୮୩ କର୍ମଚାରୀ ରହିବେ ଏବଂ ପୁରୀ ଏସପିଙ୍କ ନିୟନ୍ତ୍ରଣରେ ଏହା କାର୍ଯ୍ୟ କରିବ।

ପୁରୀର ଶ୍ରୀଜଗନାଥ ମନ୍ଦିର ହିନ୍ଦୁ ଧର୍ମର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଅଟେ, ଯେଉଁଠାକୁ ବର୍ଷରେ ହଜାର ହଜାର ଭକ୍ତ ଆସିଥାନ୍ତି। କରୋନା ମହାମାରୀ ପରେ ଦୈନିକ ପଚାଶ ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିଲା ବେଳେ ଛୁଟି ସପ୍ତାହ ଶେଷ ଏବଂ ଛୁଟି ଦିନ ମାନଙ୍କରେ ଏହି ସଂଖ୍ୟା ଦୁଇରୁ ତିନି ଗୁଣା ହେଉଛି।

ନିକଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପରେ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବା ସମସ୍ତ ପକ୍ଷର ମତାମତ ନେବା ପରେ ଫାଇଭ ଟି ତଥା ନବୀନ ଓଡ଼ିଶା ଚେୟାରମ୍ୟାନ ଭିକେ ପାଣ୍ଡିଆନଙ୍କ ପରାମର୍ଶ କ୍ରମେ ଏହି ବାଟାଲିୟନ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି।

Image


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri