ବାଇକ୍‌ ଚୋରି କରୁଥିଲେ ମୋମୋ ଦୋକାନୀ

ଭୁବନେଶ୍ୱର,୧।୨(ସୂର୍ଯ୍ୟକାନ୍ତ ବେହେରା)ଭୁବନେଶ୍ୱରର ବିଭିନ୍ନ ପାର୍କ ଓ ଜନଗହଳିପୂର୍ଣ୍ଣ ସ୍ଥାନରୁ ବାଇକ ଚୋରି କରୁଥିବା ଅଭିଯୁକ୍ତକୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରିବା ସହ ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ସେ ହେଲେ ୟୁନିଟ-୮ ଅଞ୍ଚଳରେ ରହୁଥିବା କନ୍ଧମାଳ ଜି.ଉଦୟଗିରିର ରାକେଶ କୁମାର ନାୟକ। ସେ ଏଠାରେ ମୋମୋ ଦୋକାନ ଦେଇଥିଲେ। ସମୟ ସୁଯୋଗ ଦେଖି ବାଇକ ଚୋରି କରୁଥିଲେ। ପରେ ସେହି ବାଇକଗୁଡିକୁ ଗ୍ରାମାଞ୍ଚଳରେ କମ୍‌ ଟଙ୍କାରେ ବିକ୍ରି କରିଦେଉଥିବା ପୋଲିସ ତଦନ୍ତ ବେଳେ ଜାଣିବାକୁ ପାଇଛି। ତେବେ ତାଙ୍କଠାରୁ ବିଭିନ୍ନ କମ୍ପାନୀର ୧୫ଟି ବାଇକ, ୨୦ଟି ନକଲି ଚାବି ଓ ଗୋଟିଏ ମୋବାଇଲ ଫୋନ୍‌ ଜବତ କରାଯାଇଛି। ରାଜେଶ ପାତ୍ରଙ୍କ ଅଭିଯୋଗ ଆଧାରରେ ପୋଲିସ ଏହି ପଦକ୍ଷେପ ଗ୍ରହଣ କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଅଭିଯୁକ୍ତଙ୍କ ସହଯୋଗୀଙ୍କୁ ଧରିବା ପାଇଁ ତଦନ୍ତ ଚାଲିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri