ଭୁବନେଶ୍ୱର,୧।୨(ଅନୁରାଧା ମହାରଣା): ଓଡ଼ିଶା ବିିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ଙ୍କ ଜନଶୁଣାଣୀରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ନ କରିବା ପାଇଁ ଗ୍ରୀଡକୋ ନିଜର ପକ୍ଷ ରଖିଛି। ବୁଧବାର ଅନୁଷ୍ଠିତ ବାର୍ଷିକ ରାଜସ୍ବ ଆବଶ୍ୟକତା ସମ୍ପର୍କିତ ଜନଶୁଣାଣୀରେ ଗ୍ରୀଡ଼କୋ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ନିଜର ବିସ୍ତୃତ ଯୋଜନା ସମ୍ପର୍କରେ ତଥ୍ୟ ରଖିଥିଲା। ଆକଳନ ଅନୁସାରେ ୨୦୨୪-୨୫ ଆର୍ଥିକ ବର୍ଷ ୩୭,୪୫୭ ନିୟୁତ ମିଲିୟନ ୟୁନିଟ ବିଦ୍ୟୁତ ଆବଶ୍ୟକତା ଥିବାବେଳେ ଗ୍ରୀଡକୋ ନିଜର ବିଭିନ୍ନ ବିଦ୍ୟୁତ୍ ଉତ୍ପାଦନକାରୀ ସଂସ୍ଥା ସହ ଦୀର୍ଘ ମିଆଦୀ ଚୁକ୍ତି ଅନୁସାରେ ୩୯୬୫୨ ମିଲିୟନ ୟୁନିଟ ବିଦ୍ୟୁତ୍ ଉପଲବ୍ଧ କରାଇବାକୁ ପ୍ରସ୍ତୁତ ଅଛି। ଏହା ସହିତ ଜରୁରୀକାଳୀନ ଆବଶ୍ୟକତା ପାଇଁ ୨୧୯୬ ମିଲିୟନ ୟୁନିଟ ବିଦ୍ୟୁତ୍ ସଂରକ୍ଷିତ ରଖିବାର ଯୋଜନା ରହିଛି। ଜରୁରୀକାଳୀନ ଆବଶ୍ୟକତା ପୂରଣ କରିବା ପାଇଁ ବିଭିନ୍ନ କ୍ୟାପ୍ଟିଭ ପାୱାର ପ୍ଲାଣ୍ଟ ସହ ସ୍ବଳ୍ପ ମିଆଦ ଓ ମଧ୍ୟମ ମିଆଦ ଚୁକ୍ତି ନେଇ ଗ୍ରୀଡକୋ ନିଜ ଯୋଜନା ସମ୍ପର୍କରେ ମଧ୍ୟ ତଥ୍ୟ ରଖିଥିଲା। ଶକ୍ତି ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ଗ୍ରୀଡକୋ ଅକ୍ଷୟଶକ୍ତି ଉତ୍ପାଦନ ବିକଳ୍ପର ବ୍ୟବସ୍ଥା କରିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ଉପଭୋକ୍ତା ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ନ କରି ଶକ୍ତି ବାବଦକୁ ଖର୍ଚ୍ଚ ମେଣ୍ଚାଇ ହେବ ବୋଲି ଗ୍ରୀଡକୋ ଏହି ଜନଶୁଣାଣୀରେ ମତ ଦେଇଛି। ଜରୁରୀ ପଡ଼ିଲେ ବିତରକ କମ୍ପାନିଗୁଡ଼ିକ ପାଖରେ ଥିବା ବିଗତ ବର୍ଷର ରେଗୁଲେଟୋରୀ ସରପ୍ଲସ ଏବଂ ବର୍ଦ୍ଧିତ ବିଦ୍ୟୁତ୍ ଚାହିଦା ଯୋଗୁ ଅତିରିକ୍ତ ରାଜସ୍ବ ଆୟରୁ ବିଦ୍ୟୁତ୍ କ୍ରୟ ପାଇଁ ଆବଶ୍ୟକ ଅତିରିକ୍ତ ଖର୍ଚ୍ଚ ତୁଲାଇ ହେବ ବୋଲି ସୂଚନା ଦିଅଯାଇଛି।
ଓଲଟିଲା ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍
ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍ ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ...
ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି
ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...
ଏଇ ଭାରତରେ
ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...
ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍ସ୍କି
ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...
କଚ୍ଛପ ଗତି
କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...
ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି
ଡେରାଡୁନ୍,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍ଲାଇନ ମୋଡ୍ରେ ପାଠପଢ଼ା...
ପୁଟିନ୍ଙ୍କ ଭାରତ ଗସ୍ତ ଅନ୍ତରାଳେ
ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଘୋର ଅସନ୍ତୁଷ୍ଟ। ଏଭଳି ଏକ...
ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି
ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...
Archives


