Posted inଖେଳ

ପ୍ୟାରିସ୍‌ ଉଦ୍‌ଘାଟନୀ ସମାରୋହରେ ୩ ଲକ୍ଷ ଦର୍ଶକ

ନୂଆଦିଲ୍ଲୀ,୧ା୨(ପି.ଟି.): ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଉଦ୍‌ଘାଟନୀ ସମାରୋହ ପାଇଁ ଦର୍ଶକ ସଂଖ୍ୟା ହ୍ରାସ କରିଛି ଫ୍ରାନ୍ସ। ପୂର୍ବରୁ ୬ ଲକ୍ଷ ଦର୍ଶକ ଏଥିରେ ଯୋଗ ଦେବା ନେଇ ଯୋଜନା ରହିଥିବା ବେଳେ ବର୍ତ୍ତମାନ ଏହି ସଂଖ୍ୟାକୁ ଅଧା କରି ଦିଆଯାଇଛି। ଫ୍ରାନ୍ସର ଗୃହ ମନ୍ତ୍ରୀ ଜେରାଲ୍ଡ ଡାରମାନିନ ବୁଧବାର ଏହି ସୂଚନା ଦେଇଛନ୍ତି। ପ୍ରଥମ ଥର ପାଇଁ କୌଣସି ଷ୍ଟାଡିୟମ ବଦଳରେ ସିନ୍‌ ନଦୀ କୂଳରେ ଏହି ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହେବ। ଜୁଲାଇ ୨୬ ତାରିଖରେ ଏହା ଆୟୋଜିତ ହେବ। ବିଶ୍ୱରେ ପ୍ରଥମ ଥର ପାଇଁ ଏଭଳି ହେବାକୁ ଥିବା ବେଳେ ଏହାର ସୁରକ୍ଷା ବ୍ୟବସ୍ଥାକୁ ନେଇ ସମସ୍ୟା ସୃଷ୍ଟି କରିପାରେ। ଏହାକୁ ଦୃଷ୍ଟିରେ ରଖି ଫ୍ରାନ୍ସ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସିନ୍‌ ନଦୀରେ ୬ କିମି ଇଲାକାରେ ଆଥ୍‌ଲେଟଙ୍କ ପରେଡ୍‌ ଅନୁଷ୍ଠିତ ହେବ। ନଦୀର ଉଭୟ ପାର୍ଶ୍ୱରେ ଦର୍ଶକମାନେ ଛିଡା ହୋଇ ଏହାର ମଜା ନେଇପାରିବେ। ଏଥି ନିମନ୍ତେ ୧ ଲକ୍ଷ ଟିକେଟ ବିକ୍ରି କରାଯାଇଥିବା ବେଳେ ୨.୨ ଲକ୍ଷ ମାଗଣା ଟିକେଟ ବଣ୍ଟା ଯାଇଥିବା ନେଇ ସୂଚନା ଦେଇଛନ୍ତି ଜେରାଲ୍ଡ ଡାରମାନିନ । ପୂର୍ବରୁ ୬ ଲକ୍ଷ ଦର୍ଶକଙ୍କ ପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ଅଚାନକ କାହିଁକି ପରିବର୍ତ୍ତନ କରାଗଲା ବୋଲି ପ୍ରଶ୍ନରେ ସେ କୌଣସି ଉତ୍ତର ଦେଇ ନ ଥିଲେ। ଏହା ସହ ସେ ଫ୍ରାନ୍ସର ସୁରକ୍ଷାକର୍ମୀଙ୍କୁ ପ୍ରଶଂସା କରିଥିଲେ। ଆମ ନିକଟରେ ବିଶ୍ୱର ଶ୍ରେଷ୍ଠ ସୁରକ୍ଷା ବ୍ୟବସ୍ଥା ରହିଥିବା ବେଳେ ଆମେ ସଫଳତାର ସହ ଏହି କ୍ରୀଡା ମହାକୁମ୍ଭ ଆୟୋଜନ କରିବୁ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି। ପୂର୍ବରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ କହିଥିଲେ ଯଦି କଟରପନ୍ଥୀ ଆକ୍ରମଣ ହୁଏ ତେବେ ଆମେ ଏହି ଉଦ୍‌ଘାଟନୀ ସମାରୋହର ସ୍ଥାନ ପରିବର୍ତ୍ତନ କରିବୁ। ତେବେ ସମାନ କାରଣରୁ ଉଦ୍‌ଘାଟନୀ ସମାରୋହର ଦର୍ଶକ ସଂଖ୍ୟା ହ୍ରାସ କରାଯାଇଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri