Posted inଖେଳ

ସେଲିଂରେ ବିଷ୍ଣୁଙ୍କୁ ଅଲିମ୍ପିକ ଯୋଗ୍ୟତା

ଆଡିଲେଡ୍‌, ୧ା୨(ପି.ଟି.): ଏସିଆନ ଗେମ୍ସ ବ୍ରୋଞ୍ଜ ବିଜେତା ବିଷ୍ଣୁ ସର୍ବାନନ ଏଠାରେ ଚାଲିଥିବା ବିଶ୍ୱ ସେଲିଂ ଚାମ୍ପିୟନଶିପ୍‌ରେ ପ୍ୟାରିସ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଫଳରେ କ୍ରମାଗତ ଦ୍ୱିତୀୟ ଥର ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ସେ ପ୍ରଥମ ଭାରତୀୟ ସେଲର ବିବେଚିତ ହୋଇଛନ୍ତି। ମୁମ୍ବାଇସ୍ଥିତ ଆର୍ମି ୟାଚିଂ ନୋଡ୍‌ରେ ଜଣେ ସୁବେଦାର ଭାବେ କାର୍ଯ୍ୟରତ ୨୪ ବର୍ଷୀୟ ସର୍ବାନନ ଏଠାରେ ଚାଲିଥିବା ଆଇଏଲସିଏ-୭ ବିଶ୍ୱ ଚାମ୍ପିୟନଶିପ୍‌ରେ ୨୬ତମ ସ୍ଥାନ ଅଧିକାର କରି ଆଗାମୀ ପ୍ୟାରିସ ଗେମ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଚାମ୍ପିୟନଶିପ୍‌ରେ ସମଗ୍ର ବିଶ୍ୱରୁ ମୋଟ ୧୫୨ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ପ୍ୟାରିସ ୨୦୨୪ ପାଇଁ ସେ ପ୍ରଥମ ଭାରତୀୟ ସେଲର ଭାବେ ଯୋଗ୍ୟତା ଅର୍ଜନ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୯ରେ ଅନୁଷ୍ଠିତ ୨୧ ବର୍ଷରୁ କମ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ସେ ଏକ ବ୍ରୋଞ୍ଜ ପଦକ ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri