Posted inଜାତୀୟ

୩୧ ବର୍ଷ ପରେ ଜ୍ଞାନବାପିରେ ହେଲା ମଙ୍ଗଳ ଆଳତି, ଅଦାଲତଙ୍କ ରାୟ ପରେ ହିନ୍ଦୁ ଆବେଦନକାରୀ କଲେ ପୂଜା

ପ୍ରୟାଗରାଜ,୧।୨: ଉତ୍ତରପ୍ରଦେଶର ବାରାଣସୀ ଜିଲା ଅଦାଲତଙ୍କ ଆଦେଶ ପରେ ୩୧ ବର୍ଷ ପରେ ଜ୍ଞାନବାପୀ ମସ୍‌ଜିଦ୍‌ ପରିସରରେ ଥିବା ‘ବ୍ୟାସ୍‌ କା ତେଖାନା’ରେ ଗୁରୁବାର ପୂଜାପାଠ କରାଯାଇଛି। ବିଶ୍ୱନାଥ ମନ୍ଦିରର ମୁଖ୍ୟ ପୂଜାରୀ ଓମ ପ୍ରକାଶ ମିଶ୍ର ଏବଂ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାର ଶୁଭ ମୂହୁର୍ତ୍ତ ବାହାର କରିଥିବା ଗଣେଶ୍ୱର ଦ୍ରାବିଡ଼ ତେଖାନାରେ ପୂଜା କରିଛନ୍ତି। ଏଥିଲାଗି ବୁଧବାର ବିଳମ୍ବିତ ରାତିରୁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ଏହି ପୂଜାରେ ସାମିଲ ହେବାକୁ ଶ୍ରଦ୍ଧାଳୁମାନେ ପହଞ୍ଚିଥିଲେ। ଭିଡକୁ ଦେଖି ଜ୍ଞାନବାପୀର ଗେଟ୍‌ ନମ୍ବର ୩କୁ ବନ୍ଦ କରି ଦିଆଯାଇଛି। ଏହା ପରେ ବିଧି ବିଧାନରେ ମଙ୍ଗଳ ଆଳତୀ ପୂଜା ହୋଇଥିବା ଜଣାପଡ଼ିଛି।

ତେବେ ୧୯୯୩ରେ ‘ବ୍ୟାସ୍‌ କା ତେଖାନା’ରେ ପୂଜା କରିବା ଉପରେ ରୋକୋ ଲଗାଇ ଦିଆଯାଇଥିଲା। ଏହା ବିପକ୍ଷରେ ହିନ୍ଦୁ ପକ୍ଷ ଅଦାଲତର ଦ୍ୱାରସ୍ଥ ହୋଇଥିଲେ। ବୁଧବାର ଐତିହାସିକ ରାୟ ଦେଇ ସ୍ଥାନୀୟ ଅଦାଲତ ଜ୍ଞାନବାପୀ ମସ୍‌ଜିଦ୍‌ ପରିସରରେ ହିନ୍ଦୁ ଆବେଦନକାରୀମାନେ ପୂଜା କରିପାରିବେ ବୋଲି କହିଥିଲେ। ଏହାପରଠାରୁ ମସ୍‌ଜିଦ୍‌ ବାହାରେ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି। ଜିଲା ପ୍ରଶାସନ ତେଖାନା ପାଖରେ ଲାଗିଥିବା ବ୍ୟାରିକେଡକୁ ହଟାଇ ଦେଇଛି। ବିଳମ୍ବିତ ରାତିରେ ବ୍ୟବସ୍ଥା ପରଖିବା ପରେ ଜିଲାପାଳ ଏବଂ କମିଶନଙ୍କୁ ମଧ୍ୟ ସେଠାରୁ ବାହାରୁଥିବା ଦେଖାଯାଇଥିଲା। ଏହି ଅବସରରେ ଜିଲାପାଳ କୋର୍ଟଙ୍କ ଆଦେଶ ପାଳନ କରାଯାଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri