Odisha Elections 2024

ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତି ଅସମ୍ମାନ ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଭଦ୍ରକ,୨ା୨(ସନାତନ ରାଉତ): ଭଦ୍ରକ ଜିଲା ମହୋତ୍ସବ ସରିବା ପରେ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିକୁ ଖୋଲା ପଡ଼ିଆରେ ଛାଡ଼ିଯିବା ଜଗନ୍ନାଥଙ୍କ ପ୍ରତି ଘୋର ଅସମ୍ମାନ କରାଯାଇଛି ବୋଲି ଅଭିଯୋଗ କରି ଏହାର ପ୍ରତିବାଦରେ ଭଦ୍ରକ ଭାଜପା ପକ୍ଷରୁ ଶୁକ୍ରବାର ଜିଲାପାଳ ଅଫିସ ଘେରାଉ କରାଯାଇଛି। ଗତ ଜାନୁଆରୀ ୨୫ରୁ ୨୯ ପର୍ଯ୍ୟନ୍ତ ୫ ଦିନ ଧରି ଭଦ୍ରକ ନେହେରୁ ଷ୍ଟାଡିୟମରେ ମହୋତ୍ସବ ଭଦ୍ରାୟଣୀ ଅନୁଷ୍ଠିତ ହୋଇଥିଲା। ଜଗନ୍ନାଥଙ୍କ ନିକଟରେ ଧୂପଦୀପ ଲଗାଇ ପ୍ରତ୍ୟେକ ସନ୍ଧ୍ୟାରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଉଥିଲା। ଏମ୍‌ପି, ବିଧାୟକଙ୍କ ସହ ଜିଲାପାଳ, ଏସ୍‌ପି ଓ ପ୍ରଶାସନିକ ଅଧିକାରୀମାନେ ମଞ୍ଚାସୀନ ହେଉଥିଲେ। ବଲିଉଡ୍‌ ଓ ଓଲିଉଡ୍‌ ସିଙ୍ଗରମାନଙ୍କ ଦ୍ୱାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଷ୍ଟାଡିୟମ ଫାଟି ପଡୁଥିଲା। କିନ୍ତୁ ମହୋତ୍ସବ ପରେ ଜଗନ୍ନାଥଙ୍କୁ ଭୁଲିଯିବା ଦୁଃଖ ପରିତାପ ତଥା ନିନ୍ଦାର ବିଷୟ ବୋଲି ଭାଜପା ନେତାମାନେ କହିଛନ୍ତି। ଏହି ଘଟଣା ଜଗନ୍ନାଥ ପ୍ରେମୀମାନଙ୍କୁ ବ୍ୟଥିତ କରିଛି। ଏଥିପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଭାଜପା ନେତାମାନେ ଦାବି କରିଛନ୍ତି l ଭାଜପା ନେତା ଡ ପ୍ରଦୀପ କୁମାର ନାୟକ, ବଦ୍ରିନାରାୟଣ ଧଳ, ସୀତାଂଶୁ ମହାପାତ୍ର, ଜଗନ୍ନାଥ ଦାଶ, ଦେବାଂଶୁ ରାଉତ, ସନ୍ତୋଷ ସାହୁ, ଶ୍ରାବଣୀ ମଲ୍ଲିକ, ସୁମିତ୍ରା ପାଣିଙ୍କ ସମେତ ନେତା ଓ କର୍ମୀମାନେ ପ୍ରତିବାଦ ସଭାରେ ସାମିଲ ହୋଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା...

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri