Posted inଖେଳ

AUS vs WI:କରୋନା ପଜିଟିଭ୍‌ ହେବାପରେ ମଧ୍ୟ ଖେଳିବାକୁ ପଡ଼ିଆକୁ ଓହ୍ଲାଇଲେ ଏହି କ୍ରିକେଟର

ମେଲବୋର୍ନ,୨।୧ :ଅଷ୍ଟ୍ରେଲିଆ ଗସ୍ତରେ ୱେଷ୍ଟଇଣ୍ଡିଜ ଟେଷ୍ଟ ସିରିଜ ୧-୧ ଡ୍ରରେ ହେବା ପରେ ବର୍ତ୍ତମାନ ଦୁଇ ଦଳ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହୋଇଛି। ଆଜି ମେଲବୋର୍ନର ଐତିହାସିକ କ୍ରିକେଟ ପଡ଼ିଆରେ ଦୁଇ ଦଳ ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ ପୂର୍ବରୁ ଅଷ୍ଟ୍ରେଲିଆର ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ଇଂଲିଶଙ୍କ କୋଭିଡ ପଜିଟିଭ ଖବର ପ୍ରଚାରିତ ହୋଇଥିଲା। ଏହା ପରେ ମଧ୍ୟ ସେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ଖେଳିବାକୁ ଆସିଛନ୍ତି।
ଅଷ୍ଟ୍ରେଲିଆର ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ଇଂଲିସ ମ୍ୟାଚ ପୂର୍ବରୁ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ। ତେବେ କୋଭିଡ ସଂକ୍ରମିତ ହେବା ପରେ ମଧ୍ୟ ଇଂଲିସ ପ୍ରଥମ ଦିନିକିଆରୁ ବାଦ୍‌ ପଡ଼ ନ ଥିଲେ ଏବଂ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ମ୍ୟାଚରେ ଖେଳିବାକୁ ଆସିଥିଲେ। ଜୋସ ଇଂଲିସ ଦେଶ ପାଇଁ ଖେଳିବାର ଏହି ଅନୁଭବକୁ କ୍ରିକେଟ ପ୍ରଶଂସକମାନେ ପସନ୍ଦ କରୁଛନ୍ତି । ଜୋସ ଇଂଲିସ ହେଉଛନ୍ତି ଅଷ୍ଟ୍ରେଲିଆର ବିସ୍ଫୋରକ ଉଇକେଟ କିପର ବ୍ୟାଟ୍ସମ୍ୟାନ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୁନାରେ ସଜେଇ ହେବେ ଶ୍ରୀଜିଉ: ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ ଦର୍ଶନ

ପୁରୀ,୩।୧: ଆଜି ପୌଷ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି। ୧୦୮ ଗରା ଘିଅ ମିଶ୍ରିତ ଜଳରେ ଅଭିଷେକ ହେବେ ମହାପ୍ରଭୁ। ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ...

କାନାଡ଼ାରେ ୧୦ ଲକ୍ଷ ଭାରତୀୟଙ୍କ ମୁଣ୍ଡ ଉପରେ ଝୁଲୁଛି ଖଣ୍ଡା, ଜଙ୍ଗଲରେ ତମ୍ବୁ ଲଗାଇ ରହୁଛନ୍ତି ପ୍ରବାସୀ

ଓଟାଓ୍ବା,୩।୧: କାନାଡାରେ ଅବୈଧ ପ୍ରବାସୀ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି, ଯାହାଙ୍କ ମଧ୍ୟରୁ ପ୍ରାୟ ଅଧା ଭାରତୀୟ ହେବେ। କାନାଡାରେ ଲକ୍ଷ...

ଏକା ସାଙ୍ଗେ ଆଖିବୁଜିଦେଲେ ଦୁଇ ଭାଇ: ବାହୁନି ବାହୁନି କାନ୍ଦୁଛି …

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କଲମ ଗାଁରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗାଁ ମଣ୍ଡି...

ଖୋଲିଲା ଜଳଭଣ୍ଡାର ଗେଟ୍‌: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ...

US-Iran Tension: ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବର୍ଷିଲା ଇରାନ, ଦେଲା ଏମିତି ଧମକ ସଭିଏଁ ଆଶ୍ଚର୍ଯ୍ୟ

ତେହରାନ,୩।୧: ଇରାନରେ ଚାଲିଥିବା ବ୍ୟାପକ ପ୍ରତିବାଦ ମଧ୍ୟରେ, ଆମେରିକା ଏବଂ ଇରାନ ମଧ୍ୟରେ ସମ୍ପର୍କରେ ପୁଣି ଥରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର (ଜାନୁଆରୀ ୨,...

ଗ୍ରୀନ ଷ୍ଟିକରକୁ ନେଇ ଦ୍ୱନ୍ଦ୍ୱ ରହିଛି କି? ଜାଣନ୍ତୁ କଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୩।୧: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ...

ବିନା ନଟ୍‌ ବୋଲ୍ଟରେ ତିଆରି ହୋଇଛି ଏହି ବିଶ୍ୱପ୍ରସିଦ୍ଧ ବ୍ରିଜ୍‌

ଭାରତରେ ଏମିତି ଏକ ବ୍ରିଜ୍‌ ଅଛି, ଯାହାକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ପାର୍‌ ହୁଅନ୍ତି, କିନ୍ତୁ ଏହାର ପ୍ରକୃତ କାହାଣୀ ବହୁତ କମ୍‌ ଲୋକ...

ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବା ପୂର୍ବରୁ ଅସୁସ୍ଥ ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି। ଏହି ଘୋଷଣା ପୂର୍ବରୁ, ଭାରତୀୟ ଅଧିନାୟକ ଅସୁସ୍ଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri