ଅନ୍ତରୀଣ ବଜେଟ ଉତ୍ପାଦନ କ୍ଷେତ୍ରକୁ ଆଗକୁ ବଢ଼ାଇବ

ଭୁବନେଶ୍ୱର,୩।୨: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ପକ୍ଷରୁ ୨୦୨୪-୨୦୨୫ ଆର୍ଥିକ ବର୍ଷ ଅନ୍ତରୀଣ ବଜେଟକୁ ଅଭିବୃଦ୍ଧିଭିତ୍ତିକ ବଜେଟ ଭାବେ ସ୍ବାଗତ କରାଯାଇଛି। ବିଶେଷକରି ଉକ୍ତ ବଜେଟରେ ପୁଞ୍ଜି ବିନିଯୋଗ, ଭିତ୍ତିଭୂମି ବିକାଶ, ରେଳ, ପ୍ରତିରକ୍ଷା ଏବଂ ବିମାନ ଚଳାଚଳ ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ଏ ନେଇ ଜିନ୍ଦଲ ଷ୍ଟେନ୍‌ଲେସ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ମଧ୍ୟବର୍ତ୍ତୀ ବଜେଟର ଏକ ଗୁରୁତ୍ୱପୂର୍ଣ୍ଣ ବିନ୍ଦୁ ହେଉଛି, ପୁଞ୍ଜି ଖର୍ଚ୍ଚରେ ୧୧.୧% ବୃଦ୍ଧି, ଯାହା ୧୧.୧୧ଲକ୍ଷ କୋଟି ଭାରତୀୟ ମୁଦ୍ରାର ଖର୍ଚ୍ଚ ବୃଦ୍ଧି ଏବଂ ଜିଡିପିର ୩.୪% ବୋଲି ଆକଳନ କରାଯାଇଥାଏ। ଏପରିକି ଭିତ୍ତିଭୂମି ବିକାଶ ଉପରେ କେନ୍ଦ୍ର ସରକାରଙ୍କର ଏହି ଅଦମ୍ୟ ଗୁରୁତ୍ୱ ଏକ ବିକଶିତ ଓ ଆତ୍ମନିର୍ଭର ଭାରତର ଦୃଷ୍ଟିକୋଣ ସହ ସମାନ୍ତରାଳ ଭାବେ ଉତ୍ପାଦନ କ୍ଷେତ୍ରକୁ ଆଗକୁ ବଢାଇବ ବୋଲି ଆଶା କରାଯାଉଛି। ସେହିଭଳି ପ୍ରଧାନମନ୍ତ୍ରୀ ଗତିଶକ୍ତି ଯୋଜନା ଅନ୍ତର୍ଗତ ରେଳ କରିଡର କାର୍ଯ୍ୟକ୍ରମ ଏବଂ ରେଳ ବଗିଗୁଡ଼ିକୁ ବନ୍ଦେ ଭାରତ କୋଚରେ ପରିଣତ କରିବା ଭଳି ପ୍ରମୁଖ ଘୋଷଣା ଗମନାଗମନ ଏବଂ ଯାତ୍ରୀ ସୁରକ୍ଷା ଉପରେ ସକାରାତ୍ମକ ପ୍ରଭାବ ପକାଇବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଭାରତ-ୟୁରୋପ-ମଧ୍ୟ-ପୂର୍ବ କରିଡରର ପ୍ରସ୍ତାବ ହେଉଛି, ବାଣିଜ୍ୟ ବିସ୍ତାର ଏବଂ ଅର୍ଥନୈତିକ ସମ୍ପର୍କକୁ ସୁଦୃଢ କରିବା ନିମନ୍ତେ ଏକ ଉଚିତ ରଣନୀତିକ ପଦକ୍ଷେପ। ଏପରିକି ସ୍ଥିରତା ଉପରେ ଏହି ବଜେଟର ଧ୍ୟାନ, ବିଶେଷତଃ ଛାତ ଉପର ସୌରଶକ୍ତି ଉତ୍ପାଦନ, ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଶିଳ୍ପର ପରିବେଶ ଦାୟିତ୍ୱ ସହିତ ପ୍ରତିବଦ୍ଧତା ସହ ସମାନ୍ତରାଳ ଏବଂ ଦକ୍ଷତା ବୃଦ୍ଧି, ଉଦ୍ୟୋଗ ତଥା ଉଦ୍ୟୋଗୀମାନଙ୍କୁ ସମର୍ଥନ ଏବଂ ଶିକ୍ଷାଗତ ଭିତ୍ତିଭୂମିକୁ ମଜଭୁତ କରି ଯୁବ ସଶକ୍ତୀକରଣ, ସମୃଦ୍ଧ ଏବଂ ସ୍ଥାୟୀ ଭବିଷ୍ୟତ ନିର୍ମାଣରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri