Pakistan Elections 2024: ନିର୍ବାଚନ ଲଢୁଥିବା ହିନ୍ଦୁ ମହିଳାଙ୍କୁ ମିଳୁଛି ମୁସଲମାନଙ୍କ ସମର୍ଥନ…

ଇସଲାମାବାଦ,୫।୨ : ଫେବୃଆରୀ ୮ ରେ ପାକିସ୍ତାନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରତ୍ୟେକ ପ୍ରାର୍ଥୀ ବର୍ତ୍ତମାନ ଶେଷ ମୁହୂର୍ତ୍ତରେ ନିଜର ସମସ୍ତ ଶକ୍ତି ସହିତ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ହିନ୍ଦୁ ମହିଳା ସବିରା ପ୍ରକାଶ ଏବେ ହେଡଲାଇନରେ ଅଛନ୍ତି। ବାସ୍ତବରେ ସେ ହେଉଛନ୍ତି ପାକିସ୍ତାନରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରଥମ ହିନ୍ଦୁ ମହିଳା। ଜଣେ ହିନ୍ଦୁ ହେବା ସତ୍ତ୍ୱେ ତାଙ୍କୁ ମୁସଲମାନ ପ୍ରାଧାନ୍ୟ ଅଞ୍ଚଳରେ ସମର୍ଥନ ମିଳୁଛି।

ସବିରା ପେଶାରେ ଜଣେ ଡାକ୍ତର। ତାଙ୍କ ପିତା ପିପିପିର ସଦସ୍ୟ। ସୂଚନା ଅନୁଯାୟୀ, ପାକିସ୍ତାନର ଖାଇବର ପାସ୍ତୁନଖ୍ବାର ବୁନେର ବିଧାନସଭା ଆସନରୁ ସବିରା ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ତାଙ୍କୁ ନିଜ ପାର୍ଟିରୁ ଟିକେଟ ଦେଇଛି। ତାଙ୍କ ପିତାଙ୍କ ନାମ ଓମ ପ୍ରକାଶ। ଓମ ପ୍ରକାଶ ପିପିପିର ଦୀର୍ଘ ସମୟର ସଦସ୍ୟ ଏବଂ ସେ ନିଜେ ଜଣେ ଡାକ୍ତର।

ନିର୍ବାଚନ ପ୍ରଚାର ସମୟରେ ଗଣମାଧ୍ୟମକୁ ଦିଆଯାଇଥିବା ବିବୃତ୍ତିରେ ସବିରା କହିଛନ୍ତି ସେ ଭାରତ ଏବଂ ପାକିସ୍ଥାନ ମଧ୍ୟରେ ଭଲ ସମ୍ପର୍କ ପାଇଁ ସେତୁ ଭାବରେ କାମ କରିବାକୁ ଚାହୁଁଛନ୍ତି। ସେ କହିଛନ୍ତି ମୁଁ ନିଜେ ଜଣେ ଡାକ୍ତର, ତେଣୁ ଯେତେବେଳେ ମୁଁ ପାକିସ୍ତାନର ଡାକ୍ତରଖାନା ଏବଂ ଅନ୍ୟାନ୍ୟ ସ୍ଥାନରେ ସ୍ବାସ୍ଥ୍ୟ ବିଭାଗର ଅବସ୍ଥା ଖରାପ ଦେଖିଲି, ସେତେବେଳେ ମୁଁ ଏହାର କାର୍ଯ୍ୟରେ ଉନ୍ନତି କରିବାକୁ ରାଜନୀତିରେ ପ୍ରବେଶ କରିଥିଲି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri