Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ପାଞ୍ଚରୁ ଛଅ ବର୍ଷ ମଧ୍ୟରେ…

ପାଣାଜୀ,୬।୨: ଆସନ୍ତା ପାଞ୍ଚରୁ ଛଅ ବର୍ଷ ମଧ୍ୟରେ ଭାରତରେ ଶକ୍ତି କ୍ଷେତ୍ରରେ ପ୍ରାୟ ୬୭ ବିଲିୟନ ଆମେରିକୀୟ ଡଲାରର ପୁଞ୍ଜି ବିନିଯୋଗ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ଗୋଆରେ ଭାରତ ଶକ୍ତି ସପ୍ତାହର ଦ୍ୱିତୀୟ ସଂସ୍କରଣକୁ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ଘାଟନ ବିଶ୍ୱ ନିବେଶକମାନଙ୍କୁ ଭାରତର ଅଭିବୃଦ୍ଧିର ଏକ ଅଂଶ ହେବାକୁ ଆମନ୍ତ୍ରଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତୀୟ ଅର୍ଥନୀତି ୭.୫ ପ୍ରତିଶତ ହାରରେ ବୃଦ୍ଧି ପାଉଛି। ଭାରତ ହେଉଛି ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଏବଂ ନିକଟରେ ଆଇଏମଏଫ ପୂର୍ବାନୁମାନ କରିଛି ଯେ ଆମେ ସମାନ ବେଗରେ ବଢିବୁ। ଦେଶ ଖୁବ ଶୀଘ୍ର ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ। ୨୦୩୦ ସୁଦ୍ଧା ଦେଶ ଏହାର ବିଶୋଧନ କ୍ଷମତାକୁ ୨୫୪ ଏମ୍‌ଏମ୍‌ଟିପିଏ (ବାର୍ଷିକ ମିଲିୟନ ମେଟ୍ରିକ ଟନ) ରୁ ୪୫୦ ଏମ୍‌ଏମ୍‌ଟିପିଏକୁ ବୃଦ୍ଧି କରିବାକୁ ଆଶା କରୁଛି।
ପ୍ରଧାନମନ୍ତ୍ରୀ କହିଛନ୍ତି, ଶକ୍ତି କ୍ଷେତ୍ରରେ ଭାରତ ଅଦ୍ଭୁତପୂର୍ବ ପୁଞ୍ଜି ବିନିଯୋଗ କରୁଛି ଯାହା ପୂର୍ବରୁ କେବେ ହୋଇ ନ ଥିଲା। ଆସନ୍ତା ପାଞ୍ଚ-ଛଅ ବର୍ଷ ମଧ୍ୟରେ ଭାରତରେ ଶକ୍ତି କ୍ଷେତ୍ରରେ ୬୭ ବିଲିୟନ ଡଲାରର ପୁଞ୍ଜି ବିନିଯୋଗ ହେବାକୁ ଯାଉଛି। ବଢୁଥିବା ଶକ୍ତି ଆବଶ୍ୟକତା ମଧ୍ୟରେ ଭାରତର ସମସ୍ତଙ୍କୁ ସୁଲଭ ଶକ୍ତି ଯୋଗାଇ ଦିଆଯାଉଛି। ଭାରତ ଏପରି ଏକ ଦେଶ ଯେଉଁଠାରେ ଅନେକ ବିଶ୍ୱସ୍ତରୀୟ ଘଟଣା ସତ୍ତ୍ୱେ ଗତ ଦୁଇ ବର୍ଷ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ହ୍ରାସ ପାଇଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତ ଅଶୋଧିତ ତୈଳ ଏବଂ ଏଲପିଜିର ତୃତୀୟ ବୃହତ୍ତମ ଗ୍ରାହକ ଏବଂ ଏଲ୍‌ଏନ୍‌ଜିର ଚତୁର୍ଥ ବୃହତ୍ତମ ଆମଦାନୀକାରୀ। ୨୦୩୦ ସୁଦ୍ଧା ଭାରତ ଏହାର ଶକ୍ତି ମିଶ୍ରଣରେ ଗ୍ୟାସର ଅଂଶକୁ ୧୫ ପ୍ରତିଶତକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି। ଗତ ୧୦ ବର୍ଷ ମଧ୍ୟରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ୧.୫ ପ୍ରତିଶତରୁ ୧୨ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୫ ସୁଦ୍ଧା ଏହା ୨୦ ପ୍ରତିଶତକୁ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri