Posted inଖେଳ

ରାଜ୍ୟସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଉଦ୍‌ଘାଟିତ

ପୁରୀ, ୭।୨(ଅଜିତ୍‌ ମହାନ୍ତି): ରାଜ୍ୟସ୍ତରୀୟ ପୁରୁଷ ଓ ମହିଳା କ୍ରିକେଟ୍‌ ପ୍ରତିଯୋଗିତା ମଙ୍ଗଳବାରଠାରୁ ଜଗନ୍ନାଥ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଯାଇଛି। ନୂଆ-ଓ ମାଧ୍ୟମରେ ଆୟୋଜିତ ଏହି ପ୍ରତିଯୋଗିତାକୁ ଜିଲାପାଳ ବିଜୟ କୁମାର ଦାଶ ଉଦ୍‌ଘାଟନ କରିବା ସହ କ୍ରୀଡ଼ା ଶୃଙ୍ଖଳା, ଭାଇଚାରା ଓ ଶାରୀରିକ ସୁସ୍ଥତା ରଖିବାରେ ସହାୟକ ହୋଇଥାଏ ବୋଲି କହିଥିଲେ। ସମସ୍ତ କ୍ଷେତ୍ରରେ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଦାଶ ପରାମର୍ଶ ଦେବା ସହ ସଫଳତା ପାଇଁ କ୍ରୀଡ଼ାବିତ୍‌ଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ ଏଥିରେ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ହାଇପରଫରମାନ୍ସ କ୍ରୀଡ଼ା କେନ୍ଦ୍ର ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ବରିଷ୍ଠ ପରାମର୍ଶଦାତା ପ୍ରବୀର ମିଶ୍ର, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ, ଜିଲା କ୍ରୀଡ଼ା ସଂଘର ପୂର୍ବତନ ସମ୍ପାଦକ ରବି ଶଙ୍କର ପ୍ରତିହାରୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲାପାଳ ଓ ଅନ୍ୟାନ୍ୟ ଅତିଥି ପଡ଼ିଆରେ କ୍ରୀଡ଼ାବିତ୍‌ଙ୍କ ସହ ପରିଚିତ ହୋଇ ଶୁଭେଚ୍ଛା ଜଣାଇଥିଲେ। ପ୍ରତିଯୋଗିତାରେ ରାଜ୍ୟର ୩୦ ଜିଲାରୁ ୩୦ଟି ଲେଖାଏ ପୁରୁଷ ଓ ମହିଳା ଦଳ ଏଥିରେ ଅଶଂଗ୍ରହଣ କରିଛନ୍ତି। ପୁରୁଷ ଦଳର କ୍ରିକେଟ୍‌ ପ୍ରତିଯୋଗିତା ଜଗନ୍ନାଥ ଷ୍ଟାଡିୟମ୍‌ରେ ଓ ମହିଳା ଦଳର ପ୍ରତିଯୋଗିତା ଜିଲା ସ୍କୁଲ ପଡ଼ିଆଠାରେ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି କ୍ରୀଡ଼ା ଅଧିକାରୀ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ମହାନ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବା ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…

ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ...

କେତେ ହ୍ରାସ ପାଇବ ବିରାଟ-ରୋହିତଙ୍କ ଦରମା, ଆସିଲା ବଡ଼ ଅପଡେଟ୍‌, BCCIର ବୈଠକରେ…

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)ର ୩୧ତମ ବାର୍ଷିକ ସାଧାରଣ ବୈଠକ (AGM) ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥର ସବୁଠାରୁ...

ପାଇପ୍‌ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ

ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା...

୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ

ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

ଗମ୍ଭୀରଙ୍କ ଯୋଗୁ ମିଳିଲାନି ଅଧିନାୟକ ପଦ! ଶୁବମନଙ୍କ ଉପରେ କରାଯାଉଥିଲା ପ୍ଲାନିଂ, ସାମ୍ନାକୁ ଆସିଲା ବଡ଼ ସତ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟରେ ନିକଟରେ ପରିବର୍ତ୍ତନ ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ହଠାତ୍‌ ଅବସର ଏବଂ ପରବର୍ତ୍ତୀ ସମୟରେ ଶୁବମନ ଗିଲଙ୍କୁ...

ନରେନ୍ଦ୍ର ମୋଦିଙ୍କ ଉତ୍ତରାଧିକାରୀ କିଏ, ମୋହନ ଭାଗବତ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୧।୧୨: ନରେନ୍ଦ୍ର ମୋଦିଙ୍କ ପରେ କିଏ ପ୍ରଧାନମନ୍ତ୍ରୀ ହେବେ, ସେନେଇ ଏବେ ଚର୍ଚ୍ଚା ଚାଲିଛି। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri