ମଧୁବାବୁ ପେନ୍‌ସନ୍‌ ଯୋଜନା ହିତାଧିକାରୀ ବୃଦ୍ଧି ନିଷ୍ପତ୍ତି

ଭୁବନେଶ୍ୱର,୭ା୨: ମଧୁବାବୁ ପେନ୍‌ସନ୍‌ ଯୋଜନା(ଏମ୍‌ବିପିଓ୍ବାଇ) ହିତାଧିକାରୀ ବୃଦ୍ଧି ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସମସ୍ତ ଜିଲାର ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି କରାଯାଇଛି। ସାମାଜିକ ସୁରକ୍ଷା ପ୍ରମୁଖ ସଚିବ ଚିଠି ଲେଖି ଏହି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଯୋଗ୍ୟ ହିତାଧିକାରୀଙ୍କ ଆବେଦନକୁ ୩ ଦିନ ଭିତରେ ମଞ୍ଜୁରୀ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପେନ୍‌ସନ୍‌ ପୋର୍ଟାଲର ଆବେଦନକାରୀଙ୍କ ତଥ୍ୟ ଦେଇ ସାମାଜିକ ସୁରକ୍ଷା ପ୍ରମୁଖ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ୨୦୨୩ ଅଗଷ୍ଟରେ ଅତିରିକ୍ତ ୪.୧୩ ଲକ୍ଷ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିଥିଲେ। ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପ୍ରଦାନ କରିଥାନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା,ଦିବ୍ୟାଙ୍ଗ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ଓ ଏଡ଼ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, କିନ୍ନର, କୋଭିଡ ଅନାଥ ପିଲାମାନେ ଏଥିରେ ସାମିଲ ହୋଇଥାନ୍ତି।

ଏହି ଯୋଜନାରେ ଛୋଟ ପିଲାଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଦିବ୍ୟାଙ୍ଗଙ୍କ କ୍ଷେତ୍ରରେ ୪୦ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri