Posted inଜାତୀୟ

ଶରଦ ପାୱାର ଗୋଷ୍ଠୀକୁ ମିଳିଲା ନୂଆ ନାଁ

ନୂଆଦିଲ୍ଲୀ,୭।୨: ନିର୍ବାଚନ ଆୟୋଗଙ୍କଠାରୁ ଶରଦ ପାୱାର ଗୋଷ୍ଠୀ ଏକ ନୂଆ ନାମ ପାଇଛି। ଏଣିକି ଶରଦ ପାୱାର ଦଳ ‘ଏନସିପି- ଶରଦ ଚନ୍ଦ୍ର ପାୱାର’ ନାଁରେ ପରିଚିତ ହେବ। ଏହାପୂର୍ବରୁ ଶରଦ ପାୱାର ଗୋଷ୍ଠୀ ନିର୍ବାଚନ ଆୟୋଗଙ୍କୁ ସେମାନଙ୍କ ଦଳ ପାଇଁ ତିନୋଟି ନାମ ଏବଂ ନିର୍ବାଚନ ପ୍ରତୀକ ପାଇଁ ବିକଳ୍ପ ପରାମର୍ଶ ଦେଇଥିଲେ।
ମଙ୍ଗଳବାର ନିର୍ବାଚନ କମିଶନ ଦୀର୍ଘ ଦିନ ଧରି ଲାଗି ରହିଥିବା ଦାଦା-ପୁତୁରା କଳିର ସମାଧାନ କରିଥିଲେ। ଅଜିତ ପାୱାରଙ୍କ ଏନ୍‌ସିପି ଗୋଷ୍ଠୀକୁ ଅସଲ ଏନ୍‌ସିପି ବୋଲି ଘୋଷଣା କରିଥିଲେ ନିର୍ବାଚନ କମିଶନ। କେବଳ ସେତିକି ନୁହେଁ, ଦଳର ନାଁ ଓ ଚିହ୍ନକୁ ମଧ୍ୟ ଅଜିତ ପାୱାରଙ୍କ ଦଳ ଶରଦ ପାୱାରଙ୍କ ଠାରୁ ଛଡାଇ ନେଇଥିଲା। ଏହାପରେ ଏବେ ଶରଦ ପାୱାର ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେବେ ବୋଲି ସୂଚନା ମିଳିଛି।
ଶରଦ ପାୱାର ୧୯୯୯ରେ ଏନ୍‌ସିପି ପ୍ରତିଷ୍ଠା କରିଥିଲେ। ଗତ ବର୍ଷ ଜୁଲାଇରେ ଶରଦ ପାୱାରଙ୍କ ପୁତୁରା ଅଜିତ ପାୱାର ଆଠଟି ଦଳର ବିଧାୟକଙ୍କ ସହ ଏକନାଥ ସିନ୍ଦେ ନେତୃତ୍ୱାଧୀନ ସରକାରରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri