Posted inଖେଳ

ପୁରୀରେ ରାଜ୍ୟସ୍ତରୀୟ ଖୋଖୋ ଉଦ୍‌ଘାଟିତ

ପୁରୀ ୮ା୨ ( ଅଜିତ୍‌ ମହାନ୍ତି): ପୁରୀ ଜିଲା ସ୍କୁଲ ପରିସରରେ ବୁଧବାରଠାରୁ ରାଜ୍ୟ ସ୍ତରୀୟ ନୂଆ ଓ ଖୋଖୋ ପ୍ରତିଯୋଗିତା ଆରମ୍ଭ ହୋଇଛି। ରାଜ୍ୟ କ୍ରୀଡ଼ା ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। ”ପିଲାମାନଙ୍କ କ୍ରୀଡା ପ୍ରତିଭାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭନ୍ନ ପଦକ୍ଷପ ନିଆଯାଉଥିବା ବେଳ ନୂଆ ଓ କାର୍ଯ୍ୟକ୍ରମ ଅଧିକ ସହାୟକ ହେଉଛି। ଏହି କାର୍ଯ୍ୟକ୍ରମଦ୍ୱାରା ପିଲା ମାନଙ୍କ ଲୁକ୍କାୟିତ ପ୍ରତିଭାକୁ ପରିପ୍ରକାଶ କରା ଯାଇପାରୁଛି“ ବୋଲି ସିଦ୍ଧାର୍ଥ ପ୍ରକାଶ କରିଛନ୍ତି। ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ ଯୋଗ ଦେଇଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଅଧ୍ୟକ୍ଷତା କରିଥିଲେ। ଜିଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ ସମସ୍ତଙ୍କୁ ସ୍ବାଗତ କରିବା ସହ ପ୍ରତିଯୋଗିତାର ଆୟୋଜନ ସମ୍ପର୍କରେ ସୂଚନା ଦେଇଥିଲେ। ରାଜ୍ୟ ଖୋଖୋ ସଂଘର ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ର ଅନ୍ୟତମ ଅତିଥିଭାବେ ଯୋଗ ଦେଇଥିଲେ। ଶେଷରେ କ୍ରୀଡା ବିଭାଗର ବରିଷ୍ଠ ପରାମର୍ଶଦାତା ପ୍ରବୀର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।
ପ୍ରକାଶ ଯୋଗ୍ୟ ଯେ, ପୂର୍ବରୁ ନୂଆ ଓ କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟର ୩୧୪ ବ୍ଲକରେ ଖୋଖୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଶ୍ରେଷ୍ଠ ଖେଳାଳିଙ୍କୁ ନେଇ ଜିଲାସ୍ତରୀୟ ପ୍ରତିଯୋଗିତା ହୋଇଥିଲା। ଏବେ ଜିଲା ସ୍ତରର ଶ୍ରେଷ୍ଠ ଦଳଗୁଡ଼ିକୁ ନେଇ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆରମ୍ଭ ହୋଇଛି। ଉକ୍ତ ପ୍ରତିଯୋଗିତାରେ ୩୦ଟି ଲେଖାଏ ମହିଳା ଓ ପୁରୁଷ ଦଳ ଅଂଶ ଗ୍ରହଣ କରିଛନ୍ତି। ପ୍ରତିଯୋଗିତା ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପ୍ରତିଯୋଗିତାର ଉଭୟ ପୁରୁଷ ଓ ମହିଳା ବର୍ଗରେ ପ୍ରଥମ ସ୍ଥାନ ଅଧିକାର କରିବାକୁ ଥିବା ଦଳକୁ ୨ଲକ୍ଷ, ଦ୍ୱିତୀୟ ଦଳକୁ ୧ ଲକ୍ଷ, ତୃତୀୟ ଏବଂ ଚତୁର୍ଥ ଦଳ ଙ୍କୁ ୫୦ ହଜାର ଟଙ୍କା ଓ ଶ୍ରେଷ୍ଠ ଖେଳାଳିଙ୍କୁ ୧୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ବୋଲି ଜିଲା କ୍ରୀଡା ଅଧିକାରୀ ସୂଚନା ଦେଇଛନ୍ତି। ପ୍ରତିଯୋଗିତାର ପ୍ରଥମ ଦିନ ପୁରୁଷ ବର୍ଗରେ କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ଗଞ୍ଜାମ, ଅନୁଗୋଳ, ଯାଜପୁର, ଗଜପତି, ଝାରସୁଗୁଡା, ବଲାଙ୍ଗୀର ଓ ଢେଙ୍କାନାଳ ଜିଲା ବିଜୟୀ ହୋଇଛି। ସେହିପରି ମହିଳା ବର୍ଗରେ ଅନୁଗୋଳ, ରାୟଗଡ଼ା, ଢେଙ୍କାନାଳ, ମାଲକାନଗିରି, ନୟାଗଡ଼, କନ୍ଧମାଳ, ସମ୍ବଲପୁର, ବରଗଡ଼, ବାଲେଶ୍ୱର ଓ ଗଞ୍ଜାମ ଜିଲା ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri