Posted inଜାତୀୟ

ତତ୍କାଳ ପ୍ରଭାବ ସହିତ ହୁକ୍କା ବିକ୍ରି, ସେବନ ନିଷେଧ କଲେ ରାଜ୍ୟ ସରକାର

ବେଙ୍ଗଲୁରୁ,୭।୨: “ଯୁବ ଏବଂ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି କର୍ଣ୍ଣାଟକ ସରକାର ହୁକା ଧୂମପାନ ଉପରେ ରାଜ୍ୟବ୍ୟାପୀ ନିଷେଧାଦେଶ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ଦୀନେଶ ଗୁଣ୍ଡୁ ରାଓ ଗୁରୁବାର ଘୋଷଣା ଏହି କରିଛନ୍ତି।

ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ମନ୍ତ୍ରୀ କହିଛନ୍ତି, “ଜନସ୍ୱାସ୍ଥ୍ୟ ଏବଂ ଯୁବପିଢିଙ୍କ ସୁରକ୍ଷା ପାଇଁ ହୁକ୍କା ଉପରେ ରାଜ୍ୟବ୍ୟାପୀ ନିଷେଧାଦେଶ ଲଗାଯାଇଛି। ଏଥିରେ ସେ ଲେଖିଛନ୍ତି ହୁକ୍କା ଧୂମପାନ ସହ ଜଡିତ ଗୁରୁତର ସ୍ୱାସ୍ଥ୍ୟ ବିପଦକୁ ଦୃଷ୍ଟିରେ ରଖି ଆମେ ସାରା ରାଜ୍ୟରେ ହୁକ୍କା ଧୂମପାନ ଉପରେ ନିଷେଧାଦେଶ ଜାରି କରିଛୁ।”

ଏହାପୂର୍ବରୁ ୨୦୨୩ ସେପ୍ଟେମ୍ବର ମାସରେ କର୍ଣ୍ଣାଟକ ସରକାର ରାଜ୍ୟରେ ଯୁବପିଢ଼ିଙ୍କ ପାଇଁ ହୁକ୍କା ଟାଣିବାର ବୟସସୀମା ୧୮ରୁ ୨୧ ବର୍ଷକୁ ବୃଦ୍ଧି କରିବାକୁ ଯୋଜନା କରୁଥିଲେ। ସେହି ସମୟରେ, ଗୁଣ୍ଡୁ ରାଓ ଆଶଙ୍କା ପ୍ରକାଶ କରିଥିଲେ ଯେ ହୁକାରେ ବ୍ୟବହୃତ ଅଜଣା ଉପାଦାନଗୁଡ଼ିକ ନିଶାସେବନ ଏକ ଅଭ୍ୟାସରେ ପରିଣତ କରିପାରେ।

ଗତ ବର୍ଷ ମଧ୍ୟ ସମାନ ପଦକ୍ଷେପ ନେଇ ହରିୟାଣା ସରକାର ସାରା ରାଜ୍ୟରେ ହୋଟେଲ, ରେଷ୍ଟୁରାଣ୍ଟ, ବାର ଏବଂ ବ୍ୟବସାୟ ପ୍ରତିଷ୍ଠାନରେ ଗ୍ରାହକଙ୍କୁ ହୁକ୍କା ସେବା ଉପରେ ପ୍ରତିବନ୍ଧକ ଲଗାଇଥିବା ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri