ଗରିବ ଦିନକୁ ଦିନ ଗରିବ ହୋଇଚାଲିଛି: ରାହୁଲ

ବ୍ରଜରାଜନଗର,୮ା୨(ବିଜୟ ବରାଡ଼)- ଓଡ଼ିଶାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ତୃତୀୟ ଦିବସରେ ଗୁରୁବାର ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଝାରସୁଗୁଡ଼ାରେ ରୋଡ୍‌ ଶୋ କରିଥିଲେ। ସକାଳ ୯ଟାରେ ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ଗାନ୍ଧୀ ଛକଠାରେ ନ୍ୟାୟ ଯାତ୍ରା ପହଞ୍ଚତ୍ବା ପରେ ନଗର କଂଗ୍ରେସ ସଭାପତି ପ୍ରଫୁଲ୍ଲ ପଣ୍ଡା ଓ ସମ୍ପାଦକ ସୁନୀଲ ଦାସଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ସ୍ବାଗତ କରିଥିଲେ।
ପୂର୍ବାହ୍ନରେ ରାହୁଲ ବେଲପାହାଡ ମହିମା ପଡ଼ିଆରେ ଏକ ସାଧାରଣ ସଭାକୁ ସମ୍ବୋଧିତକରି କହିଥିଲେ, କେନ୍ଦ୍ରରେ ଥିବା ନରେନ୍ଦ୍ର ମୋଦି ସରକାର ପୁଞ୍ଜିପତିମାନଙ୍କୁ ପ୍ରୋତ୍ସାହନ ଦେଇଆସୁଛି। ୧୦ବର୍ଷ ଧରି କେବଳ ଧନୀ ଲୋକମାନେ ସୁବିଧା ପାଇଆସୁଛନ୍ତି। ଗରିବ ଦିନକୁ ଦିନ ଗରିବ ହୋଇଚାଲିଛି। ବାରମ୍ବାର ଦାବି ସତ୍ତ୍ୱେ କେନ୍ଦ୍ର ସରକାର ଜାତି ଗଣନା କରୁନାହାନ୍ତି। ଆଗାମୀ ଦିନରେ କଂଗ୍ରେସ ସରକାରକୁ ଆସିଲେ ପ୍ରଥମେ ଜାତି ଗଣନା କରି ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇଦେବ।

ଓଡ଼ିଶାରେ ୨୫ବର୍ଷ ଧରି ବିଜୁ ଜନତା ଦଳର ସରକାର ଚାଲିଛି। ହେଲେ ଓଡ଼ିଶାରେ ନିଯୁକ୍ତି କାହିଁ ବୋଲି ରାହୁଲ ପ୍ରଶ୍ନ କରିଥିଲେ। ଲୋକଙ୍କୁ ସୁବିଧା ନାଁରେ ଅର୍ଥ ହରିଲୁଟ ଚାଲିଛି, ଯାହାକୁ କେନ୍ଦ୍ର ସରକାର ସମର୍ଥନ କରିଆସୁଛି। ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଗତବର୍ଷ କଶ୍ମୀରଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ କରାଯାଇଥିଲା। ଚଳିତବର୍ଷ ମଣିପୁରଠାରୁ ମହାରାଷ୍ଟ୍ର ପର୍ଯ୍ୟନ୍ତ ଏହି ଯାତ୍ରା କରାଯାଉଛି।

ସଭା ପରେ ସେ ରୋଡ୍‌ ଶୋ’ରେ ଯାଇ କୁଡାଲୋଇଠାରେ ଚା ପିଇଥିଲେ। ସେଠାରୁ କନକତୋରା ଦେଇ ଛତିଶଗଡ଼ର ରାୟପୁର ଅଭିମୁଖେ ଯାତ୍ରା କରିଛନ୍ତି। ଶୋଭାଯାତ୍ରାରେ ଓଡ଼ିଶାର ବରିଷ୍ଠ କଂଗ୍ରେସ ନେତାମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାପ କାମୁଡ଼ାରେ ତିନି ବର୍ଷର ପୁଅ ମୃତ, ବିଷ କାଢ଼ିବାକୁ ଚେଷ୍ଟା କରି ବାପା ଆହତ

ସୁବର୍ଣ୍ଣପୁର, ୯।୫:: ବିରାମହାରାଜପୁର ଅଞ୍ଚଳର ହିଲୁଙ୍ଗା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବିଷାକ୍ତ ସାପ କାମୁଡ଼ିରେ ତିନି ବର୍ଷର ବାଳକ ପ୍ରାଣ ହରାଇଛି। ସାଗର...

ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା...

ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ।...

ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ...

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର...

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର...

ଗୁରୁବାର ସଂନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା

ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri