୭ଲକ୍ଷ କୋଟି ଉପରେ ଏଲ୍‌ଆଇସିର ମାର୍କେଟ କ୍ୟାପ୍‌

ଭୁବନେଶ୍ୱର,୧୦।୨: ଭାରତୀୟ ଜୀବନ ବୀମା ନିଗମ ( ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି ଇଣ୍ଡିଆ)କୁ ନିକଟରେ ଏକ ବଡ ସଫଳତା ମିଳିଛି। ଏଲ୍‌ଆଇସି ୭ଲକ୍ଷ କୋଟି ଟଙ୍କାରୁ ଅଧିକ ମାର୍କେଟ କ୍ୟାପ୍‌ ସହ ଭାରତର ୫ମ ମୂଲ୍ୟବାନ୍‌ କମ୍ପାନୀ ହୋଇଛି। ବିଶେଷକରି କମ୍ପାନୀର ଶେୟାର ପ୍ରାୟ ୬% ବୃଦ୍ଧି ପାଇ ୭.୦୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଏହା ପୂର୍ବରୁ ଏଲ୍‌ଆଇସିର ମାର୍କେଟ କ୍ୟାପ୍‌ ୬.୯୯ଲକ୍ଷ କୋଟି ଟଙ୍କା ଥିଲା। ଅପରପକ୍ଷରେ ୨୦୨୩-୨୪ ଆର୍ଥିକ ବର୍ଷର ତ୍ରୈମାସିକରେ ନିଗମର ଫଳାଫଳ ବେଶ୍‌ ଉତ୍ସାହଜନ ରହିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ଅକ୍ଟୋବରରୁ ଡିସେମ୍ବର ତ୍ରୈମାସିକ ଫଳାଫଳ ଘୋଷଣା ପରଠାରୁ ନିଗମର ଶେୟାର ବୃଦ୍ଧି ଦେଖିବାକୁ ମିଳିଛି। ସେହିଭଳି ଏଲ୍‌ଆଇସି ମାର୍କେଟ କ୍ୟାପ ଗୁରୁବାର ପ୍ରଥମ ଥର ୭ଟ୍ରିଲିୟନରୁ ଅଧିକ ହୋଇଥିଲାବେଳେ ଏଲ୍‌ଆଇସି ୨୦୨୨ ମେ ୧୭ରେ ବଜାର ଲିଷ୍ଟିଂ ପରଠାରୁ ନିବେଶକଙ୍କୁ ୨୮%ରୁ ଅଧିକ ରିଟର୍ନ ଦେଇଛି। ଉଲ୍ଲେଖଯୋଗ୍ୟ, ଦେଶର ମୂଲ୍ୟବାନ୍‌ କମ୍ପାନୀ ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ, ଟାଟା କନ୍‌ସଲଟାନ୍ସି ସର୍ଭିସେସ୍‌, ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ଇନ୍‌ଫୋସିସ୍‌ ସମେତ ଏଲ୍‌ଆଇସି ମଧ୍ୟ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri