ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରୀଛାତ୍ର,ଅଭିଭାବକଙ୍କ ଧାରଣା

ଚଣ୍ଡିଖୋଲ(ଡିଏନ୍‌ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୧୪।୮- ବଡ଼ଚଣା ବ୍ଲକ ଅନ୍ତର୍ଗତ ରଇପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ମଙ୍ଗଳବାର ବିଦ୍ୟାଳୟ ଫାଟକ ସମ୍ମୁଖରେ ତାଲା ପକାଇ ଧାରଣା ଦିଆଯାଇଥିଲା। ଏହି ଧାରଣାରେ ଛାତ୍ରୀଛାତ୍ର, ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରୀଛାତ୍ର, ଅଭିଭାବକ ଓ ଅବସରପ୍ରାପ୍ତ ଶିକ୍ଷକମାନେ ସାମିଲ ହୋଇଥିଲେ। ଘଟଣାସ୍ଥଳରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଓ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚତ୍ ଧାରଣାକାରୀଙ୍କୁ ବୁଝାସୁଝା କରିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସୂଚନାଥାଉକି ଏହି ହାଇସ୍କୁଲରେ ୩୩୭ଜଣ ଛାତ୍ରୀଛାତ୍ର ପଢୁଥିବାବେଳେ ଏଠାରେ ଦୀର୍ଘଦିନ ହେବ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସେହିଭଳି ହିନ୍ଦୀ, ଖେଳ ଶିକ୍ଷକ ଓ କଳାବିଭାଗରେ ୨ଜଣ ଶିକ୍ଷକ ନାହାନ୍ତି। ଇତିମଧ୍ୟରେ ୫ଜଣ ଶିକ୍ଷକ ଅବସର ନେଇସାରିଥିଲା ବେଳେ ଅଦ୍ୟାବଧି ଏଠାରେ ନୂତନ ଶିକ୍ଷକ ନିଯୁକ୍ତି ହୋଇପାରି ନାହିଁ। ଯେଉଁଥିପାଇଁ ପାଠପଢାରେ ଘୋର ଅସୁବିଧା ସୃଷ୍ଟି ହେଉଛି। ଏ ସମ୍ପର୍କରେ ବିଦ୍ୟାଳୟ ତରଫରୁ ବ୍ଲକ ଶିକ୍ଷା ଅଧିକାରୀ ଓ ଯାଜପୁର ଜିଲା ଶିକ୍ଷା ଅଧିକାରୀଙ୍କୁ ବାରମ୍ବାର ଅବଗତ କରାଯାଇଥିଲାବେଳେ କୌଣସି ସୁଫଳ ନ ମିଳିବାରୁ ମଙ୍ଗଳବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଧାରଣା ଦିଆଯାଇଥିଲା। ଏହି ଅବସରରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭଜହରି ମହାପାତ୍ରଙ୍କ ଅଧକ୍ଷତାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାକୁ ଶିକ୍ଷାବିତ କିଶୋରଚନ୍ଦ୍ର ଦାସ ସଞ୍ଚାଳନା କରିଥିବାବେଳେ ଭାଗ୍ୟଧର ସାହୁ ବିଦ୍ୟାଳୟରେ ହେଉଥିବା ସମସ୍ୟା ସମ୍ପର୍କରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା କମିଟି ସଭାପତି ରମେଶ ଚନ୍ଦ୍ର ସେନାପତି, ଶିକ୍ଷାବିତ ସୁରମୋହନ ମହାପାତ୍ର, ଦାମୋଦର ନାୟକ, ବ୍ରଜମୋହନ ସାମଲ, ରାମଚନ୍ଦ୍ର ସାମଲ, ଘନଶ୍ୟାମ ବିଶ୍ୱାଳ, ଅଶୋକ ମହାନ୍ତି, ଦିପ୍ତୀକାନ୍ତ ଦାଶ, ତ୍ରିଲୋଚନ ସେନାପତି, ଶ୍ରୀଧର ତରାଇ, ପ୍ରତାପ ଦାଶ ପ୍ରମୁଖ ବହୁ ବ୍ୟକ୍ତି ଯୋଗ ଦେଇ ବିଦ୍ୟାଳୟର ସମସ୍ୟା ଉପରେ ଆଲୋକପାତ କରିଥିଲେ। ଅପରାହ୍ନରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ବିଜୟ କୁମାର ନାୟକ ଓ ବାଲିଚନ୍ଦ୍ରପୁର ଥାନାଅଧିକାରୀ ସୁକାନ୍ତ କୁମାର ପାତ୍ର ପହଞ୍ଚତ୍ ଜିଲା ଶିକ୍ଷା ଅଧିକାରୀଙ୍କୁ ଫୋନ ଯୋଗେ କଥାବାର୍ତ୍ତା ହୋଇ ତୁରନ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିଲା। ଯଦି ଏକ ସପ୍ତାହ ମଧ୍ୟରେ ସମସ୍ୟାର ସମାଧାନ ନ ହୁଏ ତେବେ ପୁନର୍ବାର ଆନ୍ଦୋଳନ ଜୋରଦାର ହେବ ବୋଲି ଧାରଣାକାରୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri