ଚିନାବାଦାମ ଚାଷ ଦେଇଛି ରୋଜଗାର

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରଗୁଲ ମାଲପଡା ଗ୍ରାମପଞ୍ଚାୟତ ପୁଟିଗାଁ ଶୈବ ପୀଠ ନିକଟରେ ବୋହିଯାଉଥିବା ତେଲ ନଦୀ କୂଳର ୨ ଏକର ଆଟ କିସମ ଜାଗାରେ ଚିନା ବାଦାମ ଚାଷ କରନ୍ତି ପୁଟିଗାଁ ଚାଷୀ ମୁକ୍ତି ସିଆନ ସାହୁ। ଏଥିପାଇଁ ଗତ ଅକ୍ଟୋବର ୨୫ ତାରିଖରେ ଜମି ପ୍ରସ୍ତୁତ କରି ଏକର ପ୍ରତି ୩ ପକେଟ ଚିନାବାଦାମ ବିହନ ଲଗାଇଥିଲେ। ଯାହାର ମୂଲ୍ୟ ୪୫ ଶହ ଟଙ୍କା। ଏହା ବ୍ୟତୀତ ହଳ ବାବଦକୁ ୫୪ ଶହ ଟଙ୍କା, ସାର ଖତ ଓ ଔଷଧ ପାଇଁ ୪ ହଜାର ୫୦ ଟଙ୍କା, ଲେବର ବାବଦକୁ ୭ ହଜାର ୩ ଶହ ଟଙ୍କା ମୋଟ ୨୧ ହଜାର ୨ଶହ ୫୦ ଟଙ୍କା ଖର୍ଚ୍ଚ କରିଥିଲେ। ସେ ଚଳିତ ମାସ ପ୍ରଥମ ସପ୍ତାହରୁ ଅମଳ ଆରମ୍ଭ କରିଛନ୍ତି। ଏକରକୁ ୩୫ ପକେଟ ଅମଳ ହେବାକୁ ସେ ଆଶା ରଖିଛନ୍ତି। ତଦନୁସାରେ ପ୍ରତି ପକେଟକୁ ୧୬ ଶହ ଟଙ୍କା ଦରରେ ମୋଟ ୫୬ ହଜାର ଟଙ୍କାରେ ବିକ୍ରି କରିବେ। ତେବେ ସରକାରଙ୍କ ପକ୍ଷରୁ ଚାଷୀଙ୍କ ଆବଶ୍ୟକ ମୁତାବକ ବିହନ ଯୋଗାଇବା ସହ ଆର୍ଥିକ ସହାୟତା ଓ ମଣ୍ଡି ବ୍ୟବସ୍ଥା ମିଳିଲେ ଚାଷୀ ଅଧିକ ଲାଭବାନ ହୋଇପାରନ୍ତେ ବୋଲି ଚାଷୀମାନେ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ, ପୁଟିଗାଁର ୧୦ରୁ ଅଧିକ ଚାଷୀ ଚିନାବାଦାମ ଚାଷ କରି ଭଲ ଦୁଇ ପଇସା ରୋଜଗାର କରୁଥିବା ଜଣାପଡିଛି। ଅନ୍ୟପଟେ ଏହି ଚାଷ ମରୁଡି ସହଣୀ ଓ ରୋପୋକ ର ପଦୁର୍ଭା କମ ରହିଥିବା ତଥା କମ ଦିନରେ ଚାଷ ହୋଇଥିବାରୁ ଚାଷୀମାନେ ଆଗ୍ରହ ସହିତ ଏହି ଚାଷ କରିଥାନ୍ତି ବୋଲି ଚାଷୀ ରମେଶ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri